ଦେଶରେ ସୋମବାର ସୁଦ୍ଧା ଦିଆଗଲାଣି ୨୨୦. ୬୬ କୋଟିରୁ ଅଧିକ କରୋନା ଟୀକା

ନୂଆଦିଲ୍ଲୀ : ଦେଶବ୍ୟାପି କରୋନା ଟୀକାକରଣ ଅଭିଯାନରେ ସୋମବାର ସକାଳ ୮ ଟା ସୁଦ୍ଧା ୨୨୦.୬୬ କୋଟି ଟୀକା ଦେବା ସଂଖ୍ୟା ପାରି କରିସାରିଛି । ଗତ ୨୪ ଘଂଟାରେ ୧୪ ହଜାର ୫୬୮ ରୁ ଅଧିକ ଟିକା ଦିଆଯାଇଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ହିସାବ ଅନୁସାରେ ସୋମବାର ସକାଳ ସୁଦ୍ଧା ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶ ମାନଙ୍କରେ କରୋନା ବିରୋଧି ଟିକା ବର୍ତମାନ ସୁଦ୍ଧା ସମୁଦାୟ ୨୨୦.୫୮ କୋଟି ଟିକା ନିଶୁଳ୍କ ଭାବରେ ଯୋଗାଇ ଦିଆଯାଇଅଛି । ଗତ ୨୪ ଘଂଟାରେ ଦେଶରେ ସମୁଦାୟ ଆକ୍ଟିଭ୍ କେସ ୨୦,୨୧୯ ଅଛି । ଗତ ୨୪ ଘଂଟାରେ ଆକ୍ଟିଭ କେସ ୦.୦୫ ପ୍ରତିଶତ ଅଛି ।

Leave a Reply

Your email address will not be published. Required fields are marked *