5T ସଚିବଙ୍କ ସୁଆଣ୍ଡୋ ପରିଦର୍ଶନ

ପୁରୀ,୧୦/୦୨- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣି ଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିଲା। ସୁଆଣ୍ଡୋ ବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ୱର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି। ଏହାର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଶ୍ରୀ ପାଣ୍ଡିଆନ ଯୋଗ ଦେଇ ପୂର୍ଣ୍ଣାହୁତିରେ ମଧ୍ୟ ଅଂଶଗ୍ରହଣ କରିଥିଲେ । ପରେ ଶ୍ରୀ ପାଣ୍ଡିଆନ ଉତ୍କଳମଣିଙ୍କ ଷଠୀଘର, ଢିଙ୍କିଶାଳ ଆଦିର ସଂରକ୍ଷଣ କାର୍ଯ୍ୟ ପରିଦର୍ଶନ କରିବା ସହିତ ଗାଁ ପୋଖରୀର ପୁର୍ନରୁଦ୍ଧାର କାର୍ଯ୍ୟ ତଥା ସଂଗ୍ରହାଳୟ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ କାର୍ଯ୍ୟର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ଉପସ୍ଥିତ ଥିଲେ।ସେହିପରି ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଭବତାରଣ ସାହୁ,,ଅତିରିକ୍ତ ଏସ ପି ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ, ଓବିସିସି ନିର୍ବାହୀ ଯନ୍ତ୍ରୀ ସୁନ୍ଦର ମାଧବ ପାଢ଼ୀ, ସତ୍ୟବାଦୀ ତହସିଲଦାର ଜୟନ୍ତ ଜୟସିଂ, ଥାନା ଆଇଆଇସି ବିଜୟ କାନ୍ତ ବେହେରା, ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ ସାହୁ, ସମାଜସେବୀ ଧିରେନ୍ଦ୍ର ଦାସ, ଅନ୍ୟାନ୍ୟ ଅଧିକାରୀ ଓ ସ୍ଥାନୀୟ ବ୍ୟକ୍ତି ବିଶେଷ ପୂଜା ରେ ଯୋଗ ଦାନ ,ଆଗାମୀ ଉଦଘାଟନ ସମ୍ପର୍କରେ ଆଲୋଚନା ଓ କ୍ଷେତ୍ର ପରିଦର୍ଶନ କରିଥିଲେ।ସେବା ଓ ସଂଗ୍ରାମର ପ୍ରତୀକ ଉତ୍କଳମଣି ଓଡିଆ ଜନମାନସର ଅଦ୍ବିତୀୟ ନେତା । ଦେଶ ପାଇଁ, ଜାତି ପାଇଁ ତାଙ୍କର ତ୍ୟାଗ ଆଜି ତାଙ୍କୁ ଅମର କରି ରଖିଛି। ଗୋପବନ୍ଧୁଙ୍କ ଜନ୍ମସ୍ଥାନ ଏବଂ ସୁଆଣ୍ଡୋ ର ବିକାଶ କାର୍ଯ୍ୟ ପଣ୍ଡିତ ଗୋପବନ୍ଧୁଙ୍କ ପରିବାର ତଥା ସୁଆଣ୍ଡୋ ଜନସାଧାରଣଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି।

Leave a Reply

Your email address will not be published. Required fields are marked *