ଟ୍ରେନ୍ ଦୁର୍ଘଟଣାରେ ବଢ଼ିବାରେ ଲାଗିଛି ମୃତକଙ୍କ ସଂଖ୍ୟା

ବାଲେଶ୍ବର: ବାହାନଗାରେ କରମଣ୍ଡଳ ଏକ୍ସପ୍ରେସର ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ସବିଶେଷ ସୂଚନ ଅନୁଯାୟୀ ମୃତ୍ୟୁ ସଂଖ୍ୟା ୨୩୮ରେ ପହଞ୍ଚିଲା। SRCଙ୍କ ତଥ୍ୟ ଆଧାରରେ ସୂଚନା ଦେଲେ ମୁଖ୍ୟ ସଚିବ ଏହା ଜଣାଇଛନ୍ତି। ବର୍ତ୍ତମାନ ସୁଦ୍ଧା ୨୩୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ଓଡିଶା ଇତିହାସରେ ସବୁଠୁ ବଡ ହୋଇଥିବା ବେଳେ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ।
ଏହି ଭୟାଭୟ ଦୁର୍ଘଟଣାକୁ ନଜରରେ ରଖୁ ଆଜି ରାଜ୍ୟରେ ଦିନିକିଆ ଶୋକ ପାଳନ ଘୋଷଣା କରିଛନ୍ତି। ତେବେ ଘଟଣାର ଅନୁଧ୍ୟାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେହିଭଳି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେବେ ଏହି ଦୁର୍ଘଟଣା କାହିଁକି ଘଟିଲା ଏଥିପାଇଁ କିଏ ଦାୟୀ, ଏହାର ତଦନ୍ତ କରିବା ପାଇଁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ।