୮ ଜିଲ୍ଲାରେ ସ୍କୁଲ ବନ୍ଦ
ଭୁବନେଶ୍ବର: ଆଜି ଦିନସାରା ଲଗାଣ ବର୍ଷା ଯୋଗୁଁ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ପାଇଁ ଜିଲ୍ଲପାଳ ଘୋଷଣା କରିଛନ୍ତି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ ଓ ସମ୍ବଲପୁରରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଆରେଞ୍ଜ ଆଲର୍ଟ ଓ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର ଓ ସମ୍ବଲପୁରକୁ ଓଡରାଫ ଟିମ୍ ପଠାଯାଇଛି ।
ଏବେ ବାଂଲାଦେଶ ଉପକୂଳ ଅତିକ୍ରମ କରିଛି ଗଭୀର ଅବପାତ । ଏହା ଘଣ୍ଟା ପ୍ରତି ୨୭ କିଲୋମିଟର ବେଗରେ ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଗାଙ୍ଗେୟ ଉପତ୍ୟକା ଅତିକ୍ରମ କରି ପରେ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସହିତ ଘଣ୍ଟା ପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।