ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି। ସ୍ଵର୍ଗତ ପାତ୍ରଙ୍କ ବିୟୋଗରେ ଏକ ବାର୍ତ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଵର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବରେ ବର୍ଣ୍ଣନା କରିଛନ୍ତି। ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ସବୁବେଳେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ। ବାଚସ୍ପତି ଭାବରେ ସେ ଓଡିଶାରେ ସଂସଦୀୟ ପରମ୍ପରାର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖି ବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ତାଙ୍କର ଅମାୟିକ ସ୍ଵଭାବ ପାଇଁ ସେ ଦଳ, ମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟ ପାତ୍ର ଥିଲେ । ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତା ଭାବେ ସେ ଦଳକୁ ନୂତନ ଦିଗ ଦେଖାଇଥିଲେ । ବିଶେଷକରି ଗଞ୍ଜାମ ଜିଲ୍ଲାରେ ଦଳକୁ ସୁଦୃଢ଼ କରିବାରେ ତାଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ।ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଏକ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ସେ କହିଛନ୍ତି। ଏଥି ସହିତ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *