ଯୋନ ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ର ରଘୁନାଥପୁର ଠାରେ ବିଜୁଜନତା ଦଳର ଯୋନ ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ଜୋନ ସ୍ତରୀୟ ବିଜେଡି ପ୍ରଶିକ୍ଷଣ ଶିବିର ରଘୁନାଥପୁର ସ୍ଥିତ ଏକ ଘରୋଇ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି ପ୍ରଶିକ୍ଷଣ ଶିବିରର ଉଦ୍ଘାଟନୀ ଦିବସରେ ବିରିଡି ବ୍ଲକର ଦୁଇଟି ଜୋନର ବରିଷ୍ଠ ବିଜେଡି ନେତା ଓ କର୍ମୀମାନେ ଯୋଗ ଦେଇଥିଲେ ।ଏହି ଶିବିରରେ ତିର୍ତ୍ତୋଲର ବିଧାୟକ ବିଜୟ ଶଙ୍କର ଦାସ,ବିରିଡି ବ୍ଲକ ବିଜେଡି ସଭାପତି ରବୀନ୍ଦ୍ର ରାଉଳ,ବିରିଡି ବ୍ଲକ ଅଧ୍ୟକ୍ଷା ମମତା ପାତ୍ର ପ୍ରମୁଖ ଯୋଗ ଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡିକ ବାବଦରେ ଲୋକମାନଙ୍କୁ ସଚେତନ କରାଇବା ସହିତ ଆଗାମୀ ସାଧାରଣ ନିର୍ବାଚନ ପାଇଁ ବୁଥ ସ୍ତ୍ରରରେ କିଭଳି ଦଳ ମଜବୁତ ହେବା ସହିତ ପ୍ରସ୍ତୁତ ରହିବ ସେ ବାବଦରେ ପ୍ରଶିକ୍ଷଣ ଦିଆଯିବ ବୋଲି କହିଥିଲେ ବିଧାୟକ ।
ଜଗତସିଂହପୁର Rita ସାହୁ reporter