ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମ ବେଦନା ଜ୍ଞାପନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି ଯେ ମହେଶ୍ବର ମହାନ୍ତି ଜଣେ ଲୋକପ୍ରିୟ ଜନନେତା ଭାବରେ ସମଗ୍ର ଓଡିଶାରେ ସୁନାମ ଅର୍ଜନ କରିଥିଲେ। ଜଣେ ଦକ୍ଷ ସଂଗଠକ ଭାବରେ ତାଙ୍କର ସୁନାମ ଥିଲା। ମନ୍ତ୍ରୀ ତଥା ବିଧାୟକ ଭାବେ ରାଜ୍ୟର ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ। ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ସବୁବେଳେ ଅମର କରି ରଖିବ। ବାଚସ୍ପତି ଭାବରେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ନିଜର ଅବଦାନ ରଖି ଯାଇଛନ୍ତି। ତାଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *