ସୁଖଲତା ସ୍ମୃତି ସରକାରୀ ଉଚ୍ଚ ବିଦ୍ୟାଳୟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ

ପୁରୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବିଦ୍ୟାଳୟ ସ୍ତରୀୟ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି । ଆଜି ଦୁର୍ଘଟଣା ଜନିତ ଶୂନ୍ୟମୃତ୍ୟୁ ସପ୍ତାହ ପାଳନ ପରିପ୍ରେକ୍ଷୀରେ ସୁଖଲତା ସ୍ମୃତି ଉଚ୍ଚ ବିଦ୍ୟାଳୟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏହି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟ ପରିବହନ ପ୍ରାଧିକରଣ ଦ୍ଵାରା ପ୍ରସ୍ତୁତ ହୋଇଥିବା ଛୋଟ ଛୋଟ ସଚେତନତା ବାର୍ତ୍ତା ମୂଳକ ଭିଡିଓ ମାନ ସ୍ମାର୍ଟ କ୍ଲାସ୍ ରୁମ୍ ରେ ବିଦ୍ୟାର୍ଥୀ ମାନଙ୍କୁ ପ୍ରଦର୍ଶିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀଯୁକ୍ତ ରବିନ୍ ପଟ୍ଟନାୟକ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ସଡ଼କ ସୁରକ୍ଷା ସମ୍ପର୍କିତ ବିଭିନ୍ନ ଆଇନ୍ କାନୁନ୍ ସମ୍ବନ୍ଧରେ ବୁଝାଇବା ସହ ରାସ୍ତାଘାଟରେ କିପରି ସୁରକ୍ଷିତ ଭାବେ ଯାତ୍ରା କରିପାରିବା ସେ ବିଷୟରେ ବୁଝାଇ କହିଥିଲେ କି ” ଛାତ୍ରଛାତ୍ରୀ ମାନେ ଦେଶର ଭବିଷ୍ୟତ ଅଟନ୍ତି,ବାପା ମା ମାନେ ବହୁତ କଷ୍ଟ ସହି ପିଲାମାନଙ୍କୁ ମଣିଷ କରନ୍ତି। ଛାତ୍ରଛାତ୍ରୀ ମାନେ ସଡକ ସୁରକ୍ଷା ବିଷୟରେ ସଚେତନ ହେଲେ ଦେଶର ତଥା ପରିବାରର ମଙ୍ଗଳ ହୋଇଥାଏ।” ପରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସଡ଼କ ସୁରକ୍ଷା ସମ୍ବନ୍ଧିତ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ କରାଯାଇ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସମେତ ଅନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ଆସୋସିଏସନ୍ ଅଫ୍ ଟ୍ୱିଟର ଆକ୍ଟୀଭିଷ୍ଟସ୍ ର ସଦସ୍ୟମାନେ ପରିଚାଳନାରେ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *