ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ଜଗତସିଂହପୁର ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ କଂଗ୍ରେସ ରାଜ୍ୟ ସଭା ସାଂସଦ ଧୀରଜ ସାହୁଙ୍କ ଘରେ ବେଆଇନ ଟଙ୍କା ଗଛିତକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଧୀରଜ ସାହୁଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ । ଜିଲ୍ଲା ବିଜେପି ସଭାପତି ସତ୍ୟବ୍ରତ ମହାପାତ୍ରଙ୍କ ନେତୃତ୍ବରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରୁ ଏଜ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ପହଁଚି ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ପ୍ରତିବାଦ ସଭା କରିଥିଲେ । ଏହି ଘଟଣାରେ ବିଜେପି ପକ୍ଷରୁ ସିବିଆଇ ତଦନ୍ତ ଦାବି କରିବା ସହିତ ନିରଜ ସାହୁଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି ।
ଜଗତସିଂହପୁର ରୀତା ସାହୁ reporter