ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲା ପକ୍ଷରୁ ସାଙ୍ଗଠନିକ ବୈଠକ

ଭାରତୀୟ ଜନତା ପାର୍ଟି ଗଞ୍ଜାମ ଜିଲ୍ଲା ପକ୍ଷରୁ ସମସ୍ତ ମଣ୍ଡଳ ସଭାପତି ଏବଂ ଜିଲ୍ଲା ପଦାଧିକାରୀ ମାନଙ୍କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ସାଙ୍ଗଠନିକ ବୈଠକ ଜିଲ୍ଲା ସଭାପତି ଡ଼ା.ସୁବାସ ସାହୁଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଭାରତୀୟ ବିକାଶ ପରିଷଦ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ୨୫ ବର୍ଷରେ ‘ବିକଶିତ ଭାରତ’ ଗଠନ ପାଇଁ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି । ବିକଶିତ ଭାରତ ଗଢ଼ିବା ପାଇଁ ଆମେ ସମସ୍ତେ ନିଜ ସାମର୍ଥ୍ୟ ଅନୁସାରେ ପାଦ ଆଗକୁ ବଢ଼ାଇବା । ସମସ୍ତଙ୍କୁ ଏହି ଆହ୍ୱାନରେ ଯୋଡ଼ି ବିକଶିତ ଭାରତର ସଂକଳ୍ପକୁ ସାକାର କରିପାରିବା ବୋଲି କହିଛନ୍ତି ଜିଲ୍ଲା ସଭାପତି ଡ଼ା.ସୁବାସ ସାହୁ । ଏହି ସାଙ୍ଗଠନିକ ବୈଠକରେ ବ୍ରହ୍ମପୁର ବିଧାନସଭା ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତି ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅମୃତ କାଳର ଚାରୋଟି ଅମୃତ ସ୍ତମ୍ଭ ଅର୍ଥାତ୍ ଭାରତର ନାରୀ ଶକ୍ତି, ଯୁବ ଶକ୍ତି, କୃଷି ଶକ୍ତି ଏବଂ ଆମର ଗରିବ ଓ ମଧ୍ୟବିତ ଶକ୍ତି ଭାରତକୁ ଶିଖରକୁ ନେବା ସହ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବ । ସେଥିପାଇଁ ସମସ୍ତଙ୍କୁ ସାଙ୍ଗରେ ନେଇ ଗାଁ’ରୁ ପଞ୍ଚାୟତ ପର୍ଯ୍ୟନ୍ତ, ବ୍ଲକ୍ ରୁ ସହର ପର୍ଯ୍ୟନ୍ତ ତଥା ସହରରୁ ଜିଲ୍ଲା ଏବଂ ରାଜ୍ୟ ସହ ଦେଶକୁ ସାମଗ୍ରିକ ଭାବରେ ମଜଭୁତ କରିବାକୁ ହେବ । ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନ୍ତର୍ଗତ ମୋଦି ଗ୍ୟାରେଣ୍ଟି ଗାଡ଼ି ଗଞ୍ଜାମ ଜିଲ୍ଲାର ଅନେକ ପଞ୍ଚାୟତରେ ପହଞ୍ଚିଲାଣି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର, ଉଜ୍ଜଳା ଯୋଜନାରେ ଗ୍ୟାସ୍, ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୨୦୨୯ ପର୍ଯ୍ୟନ୍ତ ମାଗଣା ଚାଉଳ, ସୌଭାଗ୍ୟ ଯୋଜନାରେ ପ୍ରତି ଘରକୁ ବିଜୁଳି, ଜନଧନ ଜରିଆରେ ବ୍ୟାଙ୍କ ଖାତାକୁ ଟଙ୍କା ଦେବାର ଗ୍ୟାରେଣ୍ଟି ମୋଦି ଦେଇଛନ୍ତି । ସମସ୍ତ କଲ୍ୟାଣକାରୀ ଯୋଜନା ଗୁଡିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚି ପାରିବ ସେଥିପାଇଁ ଆମ ସମସ୍ତଙ୍କୁ ପ୍ରାୟାସ କରିବାକୁ ପଡ଼ିବ ବୋଲି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତି କାର୍ଯ୍ୟକର୍ତ୍ତାଙ୍କୁ ଆହ୍ୱାନ କରିଥିଲେ । ଏହି “ବିକଶିତ ଭାରତ ସଂକଳ୍ପ ଯାତ୍ରା” ଆସନ୍ତା ଜାନୁୟାରୀ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଗଞ୍ଜାମ ଜିଲ୍ଲାରେ ଏହି “ବିକଶିତ ଭାରତ ସଂକଳ୍ପ ଯାତ୍ରାରେ” ଆଗାମୀ ଦିନରେ ରାଜ୍ୟ ଏବଂ ରାଷ୍ଟ୍ରୀୟ ନେତୃବୃନ୍ଦଙ୍କ ଯୋଗ ଦେବାର ବିଭିନ୍ନ କାର୍ଯ୍ୟକ୍ରମ ରହିଛି ବୋଲି ବିଜେପି ଜିଲ୍ଲା ଉପସଭାପତି ତଥା “ବିକଶିତ ଭାରତ ସଂକଳ୍ପ ଯାତ୍ରାର” ଗଞ୍ଜାମ ଜିଲ୍ଲା ସଂଯୋଜକ ସୁନିଲ କୁମାର ସାହୁ କହିଛନ୍ତି । ଅନ୍ୟତମ ବରିଷ୍ଠ ନେତା ମହନ୍ତ ଚିନ୍ମୟାନନ୍ଦ ଦାସ ଯୋଗ ଦେଇ ଶୃଂଖଳିତ କାର୍ଯ୍ୟକର୍ତ୍ତାର ସହ ବୁଥ୍ କମିଟି ଉପରେ ଗୁରୁତ୍ବ ଦେଇ ଦଳକୁ ସୁଦୃଢ଼ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲା ସାଧାରଣ ସମ୍ପାଦକ ପ୍ରଭାତ କିରଣ ଷଡ଼ଙ୍ଗୀ ଏବଂ ଗଙ୍ଗାଧର ଶତପଥି ମଞ୍ଚାସୀନ ଥିବାବେଳେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଉପସଭାପତି ରାମ କୁମାର ପାତ୍ର,ବିନୋଦ ମିଶ୍ର,ପରେଶ ଚନ୍ଦ୍ର ରଥ, ରଶ୍ମିରେଖା ମହାପାତ୍ର,ୱାଇ.ମୋହନ ରାଓ,ଜିଲ୍ଲା ସମ୍ପାଦକ ଲକ୍ଷ୍ମୀ ନାରାୟଣ ପଣ୍ଡା,ସୁଶିଳା ମଲ୍ଲିକ,ଭୀମସେନ ବେହେରା,ରାଜ୍ୟ ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ବବିତା ପାତ୍ର,ରାଜ୍ୟ ଯୁବମୋର୍ଚ୍ଚା ସମ୍ପାଦକ ତୁତୁନ୍ ପାତ୍ର,ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚା ସମ୍ପାଦକ କୃଷ୍ଣ ଚନ୍ଦ୍ର ନାୟକ,ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶିବ ଶଙ୍କର ନାୟକ,ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ରତ୍ନଗର୍ଭା ସରସ୍ଵତୀ ଦେବୀ,ଜିଲ୍ଲା ଓବିସି ମୋର୍ଚ୍ଚା ସଭାପତି ମଦନ ମୋହନ ପାତ୍ର,ଜିଲ୍ଲା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ସାମୁଏଲ୍ ବେହେରା,ବ୍ରହ୍ମପୁର ମହାନଗର ପ୍ରଭାରୀ ରାମ ପ୍ରସାଦ ସାମଲ,ଗଞ୍ଜାମ ବ୍ଲକ୍ ପୂର୍ବତନ ଅଧ୍ୟକ୍ଷ ପ୍ରଶାନ୍ତ ନାୟକ,କିର୍ତ୍ତନ ଦାସ,ଗୋପିନାଥ ପଣ୍ଡା,ଭାବଗ୍ରାହୀ ପାଳ,ସରୋଜ ପାତ୍ର,ପ୍ରଫୁଲ୍ଲ ପାଣିଗ୍ରାହୀ,କେ.ଟୁଙ୍ଗୁରୁ ପାତ୍ର,ଅଭିମନ୍ୟୁ ସାହୁ,କୃଷ୍ଣ ଚନ୍ଦ୍ର ଚୌଧୁରୀ,ଧର୍ମରାଜ ପାଣିଗ୍ରାହୀ,ପଞ୍ଚୁ ବେହେରା,ଚଣ୍ଡୀ ଚରଣ ସାହୁ,ପ୍ରଦୀପ ପଟ୍ଟନାୟକ,ପ୍ରଶାନ୍ତ ପାଢ଼ୀ,ସଞ୍ଜିତ୍ ରାଉଳ,ଆପନା ପ୍ରଧାନ,ସୀମାଞ୍ଚଳ ସାସମଲ,ଅଜିତ ପ୍ରଧାନ,ବସନ୍ତ ବେହେରା, ସୋମନାଥ ପାତ୍ର,ବାପି ପ୍ରଧାନ ପ୍ରମୁଖ ମଣ୍ଡଳ ସଭାପତି ଏବଂ ଜିଲ୍ଲା ପଦାଧିକାରୀ ଉପସ୍ଥିତ ଥିଲେ । ଶେଷରେ ଜିଲ୍ଲା ସାଧାରଣ ସମ୍ପାଦକ ଗଙ୍ଗାଧର ଶତପଥି ଧନ୍ୟବାଦ ଦେଇଥିଲେ ।

Leave a Reply

Your email address will not be published. Required fields are marked *