ମୁଖ୍ୟ ଶାସନସଚିବ ପ୍ରଦୀପ ଜେନାଙ୍କୁ ଲୋକସେବା ଭବନରେ ନବବର୍ଷର ଶୁଭେଚ୍ଛା


ମୁଖ୍ୟ ଶାସନସଚିବ ପ୍ରଦୀପ ଜେନାଙ୍କୁ ଆଜି ଲାେକସେବା ଭବନସ୍ଥିତ ତାଙ୍କର କାର୍ଯ୍ୟାଳୟରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନସଚିବ, ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବ, ନିର୍ଦ୍ଦେଶକ, ଅଧିକାରୀ ଓ କର୍ମଚାରୀମାନେ ସାକ୍ଷାତ କରି ଇଂରାଜୀ ନବ ବର୍ଷ ୨୦୨୪ ଉପଲକ୍ଷେ ଏବଂ ଆଜି ତାଙ୍କର ଜନ୍ମଦିନ ହୋଇଥିବାରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ମଧ୍ୟ ସମସ୍ତସଚିବ, ଅଧିକାରୀ ଓ କର୍ମଚାରୀମାନଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇ ସେମାନଙ୍କର ସୁଖ, ସମୃଦ୍ଧି କାମନା କରିଥିଲେ।

ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ ସିଂ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ପ୍ରମୁଖ ଶାସନ ସଚିବ ଶ୍ରୀ ଜି. ମାଥି ଭାଥାନନ୍, ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢୀ, ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ, କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ଆର୍ କାର୍ତ୍ତିକେୟନ, କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୂପାରୋଶନ ସାହୁ, କମିଶନର ତଥା ଶାସନ ସଚିବ ଆଶ୍ୱତୀ ଏସ, କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ଶାସନ ସଚିବ, ପୁଲିସ ବିଭାଗର ଉଚ୍ଚ କର୍ତ୍ତୁପକ୍ଷ, ବିଭିନ୍ନ ବିଭାଗର ନିର୍ଦ୍ଦେଶକ, ଅଧିକାରୀ ଓ କର୍ମଚାରୀ, ଅନ୍ୟ ନିଗମ ଓ ଅନୁଷ୍ଠାନର କର୍ତ୍ତୁପକ୍ଷମାନେ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କୁ ସାକ୍ଷାତ କରି ନବବର୍ଷର ଶୁଭେଚ୍ଛା ଜଣାଇଥିଲେ ।

ସେହିପରି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ , ନିର୍ଦ୍ଦେଶକ, ଅଧିକାରୀ ଓ କର୍ମଚାରୀ ମାନେ ସାକ୍ଷାତ କରି ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ସେହିପରି ଆଜି ଲୋକସେବା ଭବନରେ ଅନ୍ୟ ସଚିବ , ଅଧିକାରୀ ତଥା କର୍ମଚାରୀମାନେ ପରସ୍ପରଙ୍କୁ ନବବର୍ଷର ଶୁଭେଚ୍ଛା ଜଣାଇଥିଲେ ।

Leave a Reply

Your email address will not be published. Required fields are marked *