ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତୀୟ ମତଦାତା ଦିବସ ପାଳନ

ନୂଆ ଭୋଟରଙ୍କୁ ଦିଆଗଲା ଭୋଟର ପରିଚୟ ପତ୍ରଆଙ୍କର- ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତୀୟ ମତଦାତା ଦିବସ ପାଳନ ପାଳିତ ହୋଇ ଯାଇଛି । ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ସ୍ଥାନୀୟ କଲେଜ ଛକ ଠାରୁ ବାହାରି ସହର ପରିକ୍ରମା କରିବା ସହିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା ।ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ଆୟୋଜିତ ଏହି ସଚେତନତା ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ଚିନ୍ମୟୀ ବିଶ୍ୱାଳ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ଭୋଟର ସଚେତନତା ଶୋଭାଯାତ୍ରାରେ ବିଭିନ୍ନ ସ୍କୁଲ କଲେଜର ଛାତ୍ରଛାତ୍ରୀ ଓ ପ୍ରଶାସନିକ ଅଧିକାରୀ ମାନେ ଅଂଶ ଗ୍ରହଣ କରିଥିଲେ । ପରେ ଜିଲ୍ଲାପାଳ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ସଦଦ୍ଭାବନା ସଭାଗୃହ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହା ସହିତ ନୂତନ ଭୋଟର ମାନଙ୍କୁ ଶପଥ ପାଠ କରାଯିବା ସହିତ ନିର୍ବାଚନକୁ ଅବାଧ୍ୟ ଓ ନିରପେକ୍ଷ କରିବାକୁ ଜିଲ୍ଲାପାଳ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ନୂଆ ଭୋଟରଙ୍କୁ ଭୋଟର ପରିଚୟ ପତ୍ର କରାଯିବା ସହିତ ଏହି କାର୍ଯ୍ୟକ୍ରମକୁ ସଫଳ କରାଇଥିବା ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ସମ୍ବର୍ଦ୍ଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉତ୍ସାହିତ କରିଥିଲେ ।
ଜଗତସିଂହପୁର ରୁ Rita ସାହୁ