ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ

– ଜଗତସିଂହପୁର ଜିଲ୍ଲା ପ୍ରଶାସନ ଏବଂ ନେହେରୁ ଯୁବ କେନ୍ଦ୍ରର ମିଳିତ ଆନୁକୁଲ୍ୟରେ ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଯୁବ ଉତ୍ସବରେ ଜିଲ୍ଲାର ୧୫ ରୁ ୨୯ ବର୍ଷୀୟ ଯୁବକ ଯୁବତୀମାନେ ଅଂଶ ଗ୍ରହଣ କରିଥିଲେ। ନେହେରୁ ଯୁବ କେନ୍ଦ୍ରର ଅଧିକାରୀ ଶ୍ରୀ ନିଖିଲ କୋକୁଲ୍ଲା ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ୍ ବିଜ୍ଞାନ ମେଳା ଓ ଯୁବ ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଯୁବଉତ୍ସବ ମାଧ୍ୟମରେ ଯୁବକ ଯୁବତୀ ମାନଙ୍କର ପ୍ରତିଭା ବିକଶିତ ହୋଇପାରିବ। ଜିଲ୍ଲା ରାଜ୍ୟ ଓ ଜାତୀୟ ସ୍ତରୀୟ ଯୁବ ଉତ୍ସବରେ କୃତିତ୍ୱ ହାସଲ କରି ଜଗତସିଂପୁର ଜିଲ୍ଲାକୁ ଗୌରବାନିତ୍ଵ କରିବାକୁ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଉତ୍ସବ ରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନେ ପୁରସ୍କାର ସହିତ ପ୍ରମାଣପତ୍ର ପ୍ରଦାନ କରିଥିଲେ। ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ୬ ଜଣ ଏକକ ପ୍ରତିଯୋଗୀ ଓ ୨ ଗୋଟି ସାଂସ୍କୃତିକ ଦଳ ଜିଲ୍ଲାରୁ ମନୋନୀତ ହୋଇ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ଏହି ଉତ୍ସବରେ ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟ ରୁ ଆସିଥିବା ଯୁବ ପ୍ରତିଭା, ଅଭିଭାବକ, ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ, ଆଇନଜୀବୀ ମାନେ ଉପସ୍ଥିତ ଥିଲେ ।
ଜଗତସିଂହପୁରରୁ Rita ସାହୁ