ବିପୁଳ ପରିମାଣର ଦେଶୀ ମଦ ଜବତ, ୦୪ ଗିରଫ

ଭଦ୍ରକ ଅବକାରୀ ଅଧିକ୍ଷକ ଶ୍ରୀ ନରୋତ୍ତମ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ଶ୍ରୀକାନ୍ତ ମୁର୍ମୁ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଜଳଙ୍ଗା, ଚଡିଆ ଏବଂ ଆଗରପଡା ଥାନା କୁସୁନନଗର ଠାରେ ଚଢ଼ାଉ କରାଯାଇ ୧୩୫ ଲିଟର ଦେଶୀ ମଦ ଜବତ କରାଯିବା ସହିତ ଏହି ଚୋରା କାରବାରରେ ସମ୍ପୃକ୍ତ ଥିବା ଚାରି ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛିl ଉକ୍ତ ଚଢ଼ାଉରେ ଏ.ଏସ୍‌.ଆଇ କ୍ଷୀରୋଦ ପାତ୍ର, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ରୁଦ୍ରନାରାୟଣ ଦାସ, ପରେଶ ଟୁଡୁ, ଜେମାମଣୀ ଜାମୁଡା ପ୍ରଭୃତି ସାମିଲ ଥିଲେ । ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ ଭିନ୍ନ ଭିନ୍ନ ମାମଲା ରୁଜ୍ଜୁ କରାଯାଇଛି।ଭଦ୍ରକ ରୁ ପୁନିଲ କୁମାର ସାମନ୍ତ ଙ୍କ ରିପୋର୍ଟ ଭଦ୍ରକ,

Leave a Reply

Your email address will not be published. Required fields are marked *