ପିପଲଗୁଡା, କାରୁବାଇ ଓ ବାଇସିଙ୍ଗ ଗ୍ରାମ ପଞ୍ଚାୟତ ବୁଲିଲା ବିକାଶ ବାହନ

ରାୟଗଡ଼-୧୭/୬-ରାୟଗଡ଼ ବ୍ଳକ ବିକାଶ ବାହନ ମଙ୍ଗଳବାର ଦିନ ପିପଲଗୁଡା, କାରୁବାଇ ଓ ବାଇସିଙ୍ଗ ଗ୍ରାମ ପଞ୍ଚାୟତ ବୁଲି ସଚେତନତାର ବାର୍ତ୍ତା ପ୍ରଚାର କରିଛି। ବିକାଶ ରଥକୁ ପଞ୍ଚାୟତ ବାସୀ ସ୍ବାଗତ କରିବା ସହ ଏଲଇଡି ମାଧ୍ଯମରେ ବିଭିନ୍ନ ବିଷୟରେ ସଚେତନ ହୋଇଥିଲେ । ଷ୍ଟଲ ମାଧ୍ୟମରେ ମୂଖ୍ଯମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନା ବିଷୟରେ ସଚେତନ କରାଯାଇଥିଲା । ତିନିଗୋଟି ଗ୍ରାମ ପଞ୍ଚାୟତରେ ମୋଟ ବତିଶିଟି ଆବାସ ଯୋଜନାର କାର୍ଯ୍ଯାଦେଶ, ଏଗାରଟି ଜବକାର୍ଡ, ଦଶଟି ମୃତ୍ତିକା ସ୍ବାସ୍ଥ୍ୟକାର୍ଡ, ଷାଠିଏଟି ବୟୋ ବନ୍ଦନା ସ୍ବାସ୍ଥ୍ୟକାର୍ଡ, ଚବିଶିଟି ବ୍ଯକ୍ତିଗତ ଓ ତିନୋଟି ସାମୁହିକ ଜଙ୍ଗଲ ଅଧିକାର ଆଇନ ପଟ୍ଟା,ତିନୋଟି ନୁତନ ବାର୍ଦ୍ଧକ୍ଯ ଭତ୍ତା, ଏକୋଇଶିଟି ଆଧାର ପଞ୍ଜିକରଣ ଓ ଚାଳିଶି ଗୋଟି ମାଁପାଇଁ ଗଛଟିଏ ରୋପଣ କରାଯାଇଥିଲା ।

ପିପିଲିଗୁଡା ସରପଞ୍ଚ ରେଣୁକା ମାଣ୍ଡାଙ୍ଗୀ, କାରୁବାଇ ସରପଞ୍ଚ ମାରୀଆ ସିରିକା ଓ ବାଇସିଙ୍ଗି ସରପଞ୍ଚ ବିରିମା ମାଝୀ ସମେତ ସମସ୍ତ ନିର୍ବାଚିତ ପ୍ରତିନିଧି , ସରକାରୀ ବିଭାଗୀୟ ଅଧିକାରୀ, ଅଙ୍ଗନୱାଡି ଓ ଆଶା କର୍ମୀ ବ୍ଲକ ଓ ଗ୍ରାମ ପଞ୍ଚାୟତ ନୋଡାଲ ଅଧିକାରୀ ଉପସ୍ଥିତ ଥିଲେ ।
ରାୟଗଡ଼ାରୁ ନୃସିଂହ ଚରଣ ବାରିକଙ୍କ ରିପୋର୍ଟ