ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶା*ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା

ଭୁବନେଶ୍ୱର୧୭ ଜୁନ୍ ୨୦୨୫ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି।ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୋଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।