ବିଶ୍ୱ ସଙ୍ଗୀତ ଦିବସ

ଭୁବନେଶ୍ୱର ୨୧ ଜୁନ୍, ୨୦୨୫ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ଆଜି ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ବିଶ୍ୱ ସଙ୍ଗୀତ ଦିବସ ପାଳନ କରାଯାଇଛି।ଆଜିର କାର୍ଯ୍ୟକ୍ରମରେ କାର୍ତ୍ତିକ ଚନ୍ଦ୍ର ସାହୁ ଓ ସାଥୀଙ୍କ ଦ୍ୱାରା ଓଡ଼ିଶୀ କଣ୍ଠ ସଙ୍ଗୀତ, ଯାମିନୀ ରଞ୍ଜନ ଦାଶ ଓ ସାଥୀଙ୍କ ଦ୍ୱାରା ହିନ୍ଦୁସ୍ତାନୀ କଣ୍ଠ ସଙ୍ଗୀତ, ବାସୁଦେବ ସ୍ୱାଇଁଙ୍କ ଦ୍ୱାରା ବାଦ୍ୟଯନ୍ତ୍ର ଏବଂ ଦେବେନ୍ଦ୍ରନାଥ ଦାଶ ଓ ସାଥୀଙ୍କ ଦ୍ୱାରା ଦାସକାଠିଆ ପରିବେଷଣ କରାଯାଇଥିଲା।ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ ଡ଼. ଚନ୍ଦ୍ରଶେଖର ହୋତା ଆଜିର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।