ସ୍ୱାସ୍ଥ୍ୟକେନ୍ଦ୍ରରେ ନିଆଁଲାଗି ଲକ୍ଷାଧିକ ଟଙ୍କାର ଔଷଧ ଏବଂ ସାମଗ୍ରୀ ପୋଡିପାଉଁଶ

ବାଲେଶ୍ଵର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ସାର୍ଥା ଗ୍ରାମରେ ଥିବା ସ୍ୱାସ୍ଥ୍ୟକେନ୍ଦ୍ରରେ ସର୍ଟ ସର୍କିଟରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଔଷଧ ଏବଂ ସାମଗ୍ରୀ ପୋଡିପାଉଁଶ ହୋଇ ଯାଇଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟକେନ୍ଦ୍ର ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ସ୍ୱାସ୍ଥ୍ୟକେନ୍ଦ୍ରର କର୍ମଚାରୀଙ୍କୁ ଖବର ଦେଇଥିଲେ। ସେମାନେ ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ନିଆଁକୁ ଆୟତ୍ତ କରିପାରି ନଥିଲେ। ଲକ୍ଷାଧିକ ଟଙ୍କାର ଔଷଧ, କମ୍ପ୍ୟୁଟର , ଫ୍ରିଜ ଏବଂ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି।

Leave a Reply

Your email address will not be published. Required fields are marked *