ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌: ୨୨ ହଜାର ମୁହାଁ ସକ୍ରିୟ ମାମଲା

ନୂଆଦିଲ୍ଲୀ, ୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୨୨ ହଜାର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୩,୦୩୬ ଛୁଇଁଛି। ଗୋଟଏ ଦିନ ତଳେ ଏହା ୩,୬୩୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୭ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୧ ହଜାର ଟପିଛି। ଏହା ୨୧ ହଜାର ୧୭୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୦ ହଜାର ୨୧୯ ଥିଲା। ସେହିପରି ୨୪ ଘଣ୍ଟାରେ ୨,୦୬୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୮୦୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୯୦୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୨୯ ହଜାର ୨୮୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୭୭ ହଜାର ୨୦୪ ଜଣ ସୁସ୍ଥ ହୋଇ ସାରିଛନ୍ତି।

Leave a Reply

Your email address will not be published. Required fields are marked *