ଭୁବନେଶ୍ଵର ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ୩/୮- ଅପରାହ୍ନ ୪ ଘଟିକା ସମୟରେ ଭୁବନେଶ୍ଵର ଲୋକସେବା ଭବନଠାରେ ଏକ ଉଚ୍ଚ ସ୍ତରୀୟ ବୈଠକ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ଚିଲିକା ହ୍ରଦର ସୁରକ୍ଷା, ପାରିପାର୍ଶ୍ବିକ ଉନ୍ନତି, ସମୋନ୍ନିତ ବିକାଶ ଓ ଦୀର୍ଘ ଦିନ ଧରି କର୍ତ୍ତବ୍ୟରତ କର୍ମଚାରୀଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ପ୍ରଦୀପ ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ ପରିବେଶ ବିଭାଗ ଶ୍ରୀମତୀ ମୋନା ଶର୍ମା, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ୍ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମୁଖ୍ୟ କାର୍ଯ୍ୟ ନିର୍ବାହୀ ସୁଶାନ୍ତ ନନ୍ଦ ଯୋଗଦେଇଥିଲେ ।

Leave a Reply

Your email address will not be published. Required fields are marked *