ଖୋର୍ଦ୍ଧା ବ୍ଲକରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଖୋର୍ଦ୍ଧା:-ଖୋର୍ଦ୍ଧା ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର  ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ 30 ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବାବେଳେ  ସେଥିମଧ୍ୟରୁ 23ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ 03ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। 2ଟି ଅଭିଯୋଗର ସ୍ଥଳବିଶେଷରେ ତତ୍କାଳ ସମାଧାନ କରାଯାଇଥିଲା ଏବଂ 1ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିରୁ 10000ଟଙ୍କାର ଆର୍ଥିକ ସହାୟତା ରାଶି   ପ୍ରଦାନ କରାଯାଇଥିଲା।
 ଆଜିର ମିଳିତ ଜନ ଶୁଣାଣି  ଅବସରରେ   ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ  କାଟାରିଆ,ଅତିରିକ୍ତ ଜିଲ୍ଲାପାଳ, ସାଫଲ୍ୟ ମଣ୍ଡିତ ପ୍ରଧାନ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ  ଦିଗନ୍ତ ରାଉତରାୟ, ଉପ -ଜିଲ୍ଲାପାଳ, ଦୀପ୍ତି ରଞ୍ଜନ ସେଠି, ଵି. ଡ଼ି. ଓ,ଖୋର୍ଦ୍ଧା ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *