ଟାଙ୍ଗୀ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଟାଙ୍ଗୀ – ତା.18.12.2023 ଟାଙ୍ଗୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ 137ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ 128ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି 05ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ 3 ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଏକ ଜଣଙ୍କୁ 5000/-ଟଙ୍କା ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା । ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ / ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କାଟାରିଆ /ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ବାଦଲ କୁମାର ମହାନ୍ତି /ଉପ-ଜିଲ୍ଲାପାଳ, ଖୋର୍ଦ୍ଧା ଦୀପ୍ତି ରଞ୍ଜନସେଠୀ /ସି ଡ଼ି ଏମ୍ ଓ , ଡଃ ଆର୍ତ୍ତଵନ୍ଧୁ ନାୟକ/ବିଡିଓ , ଓ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।