ଅଭିନେତ୍ରୀ ଓ ଚଳଚ୍ଚିତ୍ର ନିର୍ମାତା ଶ୍ରୀମତୀ ନନ୍ଦିତା ଦାସଙ୍କ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସାକ୍ଷାତ

ଭୁବନେଶ୍ୱର- ୨୧/୦୬/୨୦୨୫ଆଜି ଲୋକସେବା ଭବନରେ ଅଭିନେତ୍ରୀ ଏବଂ ଚଳଚ୍ଚିତ୍ର ନିର୍ମାତା ଶ୍ରୀମତୀ ନନ୍ଦିତା ଦାସ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତକାର ସମୟରେ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ସେବା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉପସ୍ଥିତ ଥିଲେ ।ଓଡ଼ିଶାର କଳା, ସଂସ୍କୃତିକୁ ବିଶ୍ୱବିଦିତ କରାଇବା ଓ ଓଡିଶା ମାଟିକୁ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ଶ୍ରୀମତୀ ଦାସ କିଛି ପ୍ରସ୍ତାବ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ଆଗରେ ଉପସ୍ଥାପନ କରିଛନ୍ତି ।

ଏହିସବୁ ପ୍ରସ୍ତାବରେ ଆଗେଇବା ନିମନ୍ତେ ସେ ଓଡ଼ିଶା ସରକାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଏବଂ ସଂସ୍କୃତି ମନ୍ତ୍ରୀ ତଥା ବିଭାଗର ସହାୟତା ଲୋଡ଼ିଛନ୍ତି । ପ୍ରସ୍ତାବ ଗୁଡିକ ଉପରେ ବିଭାଗୀୟ ଆଲୋଚନା ପରେ ସରକାରଙ୍କ ତରଫରୁ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ପ୍ରକାଶ କରିଛନ୍ତି । ଓଡ଼ିଶାର କଳା, ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ କରୁଥିବା ପ୍ରୟାସ ନିଶ୍ଚିତରୂପେ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ କହିଛନ୍ତି ।ସୁଶ୍ରୀ ସଙ୍ଗୀତା ମହାରଣାଲୋକ ସମ୍ପର୍କ ଅଧିକାରୀ