ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଜଗତସିଂହପୁର ସଦର ବଡ଼ ବଜାର ସ୍ଥିତ ସରସ୍ୱତୀ ଶିଶୁବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଉପସଭାପତି ଡକ୍ଟର ଜ୍ୟୋତିର୍ମୟୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ଅତିଥି ଭାବରେ ପାରାଦ୍ୱୀପ ବନ୍ଦର ଟ୍ରଷ୍ଟି ଶ୍ରୀକାନ୍ତ ରାୟ, ଉପଜିଲ୍ଲାପାଳ ପ୍ରଦୀପ୍ତ କୁମାର ସାହୁ, ଓଡିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ସର୍ବେଶ୍ୱର ବେହେରା,ବିଦ୍ୟାମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଶଶୀ ଭୂଷଣ ଦାଶ,ସମ୍ପାଦକ ଡ଼କ୍ଟର ନିରଞ୍ଜନ ବିଶ୍ୱାଳ ପ୍ରମୁଖ ଯୋଗ ଦେଇ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହିତ ଭବିଷ୍ୟତରେ ଜଣେ ଭଲ ମଣିଷ ହେବାକୁ ପରାମର୍ଶ ଦେଇଥିଲେ ।
ଶେଷରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।
ଜଗତସିଂହପୁର ରୁ ରୀତା ସାହୁ