ଅମଳାଭଟ୍ଟା ଛକ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଅମଳାଭଟ୍ଟା ଛକ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ରାୟଗଡା ତା ୨୦-୦୨-୨୫ ରାୟଗଡା ବ୍ଲକ ଅନ୍ତର୍ଗତ ପେଣ୍ଟା ପଞ୍ଚାୟତ ସ୍ଥିତ ଅମଳାଭଟ୍ଟା ଛକ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାୟଗଡାର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଛବିଲାଲ ସିଂ ଯୋଗ ଦେଇଥିବା ବେଳେ ପେଣ୍ଟାସି ଆର ସି ସି ଭି ରମେଶ ଦାସ ଅଧ୍ୟକ୍ଷତା କରିଥିଲେ ।ଟି ବୁଡ଼ୁଣି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ରୁନୁ ପାଢ଼ୀ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁକାନ୍ତି ମହାରଣା ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଶ୍ରୀମତୀ ନମିତାଆଚାର୍ଯ୍ୟଙ୍କ ସଂଯୋଜନାରେ ମଞ୍ଚ କାର୍ଯ୍ୟକ୍ରମ କରାଯାଇଥିଲା । ଏହି ଅବସରରେ କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଛାତ୍ର ଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମହାରଣା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ରାୟଗଡ଼ାରୁ ନିଳାମ୍ବର ମିଶ୍ରଙ୍କ ରିପୋର୍ଟ।

Leave a Reply

Your email address will not be published. Required fields are marked *