ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ନିଯୁକ୍ତି

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି । ରାଜ୍ୟ ସରକାରଙ୍କ ପତ୍ର ସଂଖ୍ୟା ୧୧୨୫୨ ଅନୁସାରେ ନିଯୁକ୍ତି ପତ୍ର ପାଇବା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ, କନ୍ଧମାଳ ସାଂସଦ ଡ.ଅଚ୍ୟୁତ ସାମନ୍ତ, ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ,ବାଲିଗୁଡ଼ା ବ୍ଲକ୍ ସଭାପତି ଟୁନା ଦାସଙ୍କ ସମେତ ସମସ୍ତ ପଦାଧିକାରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ବିଧାୟକ । ଏହି ଖବର ପ୍ରକାଶ ପାଇବା ପରେ ବାଲିଗୁଡ଼ା ବିଧାନସଭା ମଣ୍ଡଳୀର ମହାସିଙ୍ଗି ସ୍ଥିତ ବିଜେଡ଼ି କାର୍ଯ୍ୟାଳୟ ଠାରେ ବ୍ଲକ୍ ସଭାପତି ତଥା ସାଂସଦ ପ୍ରତିନିଧି ଟୁନା ଦାସଙ୍କ ସମେତ ଅନ୍ୟ ପଦାଧିକାରୀଙ୍କ ସମେତ ବହୁ କର୍ମୀ ବିଧାୟକ ଚକ୍ରମଣୀ କହଁରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *