ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ବିଦ୍ୟାରତ୍ନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ପ୍ରମୁଖ ବିନ୍ଧାଣୀ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଜୟଦେବ ବିହାର ଛକସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ବିଦ୍ୟାରତ୍ନ ସ୍ମୃତି ସଂସଦ, ଭୁବନେଶ୍ୱରଙ୍କ ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ସଂସଦର ସଭାପତି ତଥା ବାଙ୍କୀର ପୂର୍ବତନ
ବିଧାୟକ ଶ୍ରୀ ପ୍ରଭାତ ରଞ୍ଜନ ତ୍ରିପାଠୀ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ପ୍ରମୁଖ ପ୍ରତିମୂର୍ତ୍ତିରେ ମାଲ୍ୟାପର୍ଣ କରିବା ସହ ବିଦ୍ୟାରତ୍ନଙ୍କ ସ୍ମୃତିଚାରଣ କରିଥିଲେ ।
ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ବହୁ ବୁଦ୍ଧିଜୀବୀ ଓ ସ୍ମୃତି ସଂସଦର ସମ୍ପାଦକ ଡା. କୃଷ୍ଣକେଶବ ଷଡ଼ଙ୍ଗୀ ଏବଂ ଅନ୍ୟାନ୍ୟ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *