୨୫ ତାରିଖରୁ ଶ୍ରୀକ୍ଷେତ୍ର ପୁସ୍ତକ ମେଳା ଆରମ୍ଭ

ଆଜି ଅପରାହ୍ଣ ୪ ଘଟିକା ସମୟରେ ଶ୍ରୀକ୍ଷେତ୍ର ପୁସ୍ତକ ମେଳା ବୈଠକ ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ଶ୍ରୀ ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀକ୍ଷେତ୍ର ପୁସ୍ତକ ମେଳା ୨୫ ଡିସେମ୍ବର ୨୦୨୩ରୁ ୪ ଜାନୁଆରୀ ୨୦୨୪ ପର୍ଯ୍ୟନ୍ତ ଶରଧାବାଲି ଠାରେ ଅନୁଷ୍ଠିତ ହେବ । ପୁସ୍ତକ ମେଳା ପରିସର ପରିସ୍କାର ପରିଚ୍ଛନ୍ନ, ଶାନ୍ତି ଶୃଙ୍ଖଳା ରକ୍ଷା, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର, ଅଗ୍ନିଶମ ସେବା ଆଦି ବିଷୟରେ ବୈଠକରେ ଆଲୋଚନା ହୋଇଥିଲା । ଏଥିରେ ଶ୍ରୀକ୍ଷେତ୍ର ପୁସ୍ତକ ମେଳାର ସଂପାଦକ ଶ୍ରୀ ଚକ୍ରଧର ମହାପାତ୍ର, କାର୍ଯ୍ୟକାରୀ ସଭାପତି ଶ୍ରୀ ଅନାମ ସାହୁ, ଉପଅଗ୍ନିଶମ ସେବା ଅଧିକାରୀ ପ୍ରସନ୍ନ କୁମାର ବେହେରା, ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ, ସହକାରୀ ନିର୍ଦ୍ଦେଶକ ପର୍ଯ୍ୟଟନ, ଶ୍ରୀ ସରୋଜ କୁମାର ପ୍ରଧାନଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
ଉପରୋକ୍ତ ସମସ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ କୁମାର ବେହେରା ସଂଯୋଜନା କରିଥିଲେ ।

Leave a Reply

Your email address will not be published. Required fields are marked *