ବିଜୁ ଜନତା ଦଳର ୨୫ତମ ପୂର୍ତ୍ତି ପାଳନ

ଢେଙ୍କାନାଳ,୦୫/୦୮- ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ବିଜୁ ଯୁବ ଛାତ୍ର ମହିଳା ଜନତା ଦଳ ପକ୍ଷରୁ ଦଳର ୨୫ତମ ପୂର୍ତ୍ତି ପାଳିତ ହୋଇଯାଇଛି। ଏହି ଅବସରରେ ପରଜଙ୍ଗ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ନୃସିଂହ ଚରଣ ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ । ପୂର୍ତ୍ତି ଦିବସ ଉପଲକ୍ଷେ ସ୍ଥାନୀୟ ରାମେଶ୍ଵର ହାଇସ୍କୁଲ ଓ ଉଚ୍ଚ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ ଆୟୋଜନ କରାଯାଇଥିଲା ।କାର୍ଯ୍ୟକ୍ରମରେ ଉଭୟ ବିଦ୍ୟାଳୟର ପ୍ରଧାନଶିକ୍ଷକ,ସମସ୍ତ କର୍ମଚାରୀ ,ଛାତ୍ରଛାତ୍ରୀ ମାନଙ୍କ ସହଯୋଗରେ ବୃକ୍ଷରୋପଣ କରାଯାଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ଚାରୁଲତା ମିଶ୍ର, ଉପାଧ୍ୟକ୍ଷା ଦୀପା ସାହୁ ,ପ୍ରାକ୍ତନ ଅଧ୍ୟକ୍ଷ କାର୍ତ୍ତିକ ସାହୁଙ୍କ ସମେତ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।

ରିପୋର୍ଟର-ପ୍ରକାଶ କୁମାର ପାତ୍ର, କାମାକ୍ଷାନଗର।

Leave a Reply

Your email address will not be published. Required fields are marked *