ବରିଷ୍ଠ ଅଧିକାରୀଙ୍କ ସହ ପ୍ରସ୍ତୁତି ସମୀକ୍ଷା କଲେ ସିଇଓ

ଭୁବନେଶ୍ୱର,୭।୫: ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ କିଶୋର ଧଳ ଶନିବାର ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ସହ ସମ୍ପୃକ୍ତ ବରିଷ୍ଠ ଅଧିକାରୀମାନଙ୍କ ସହିତ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପ୍ରସ୍ତୁତି ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ଉପନିର୍ବାଚନ ନିମନ୍ତେ ନିଯୁକ୍ତ ହୋଇଥିବା ସାଧାରଣ ପର୍ଯ୍ୟବେକ୍ଷକ ଦେବକ୍ରିଷ୍ଣା ତିୱାରୀ, ପୋଲିସ ପର୍ଯ୍ୟବେକ୍ଷକ ହମିଦ୍‌ ଅଖତାର, ଖର୍ଚ୍ଚ ପର୍ଯ୍ୟବେକ୍ଷକ ରବିରାଜ ସାହୁ, ରାଜ ଖୋଗରେ, ରାଜ୍ୟ ଆଇନଶୃଙ୍ଖଳା ଆଇଜି ପ୍ରବୀଣ କୁମାର, ଝାରସୁଗୁଡ଼ା ଜିଲାପାଳ ଆବୋଲି ଏସ୍‌. ନରୱାଣେ ଓ ଆରକ୍ଷୀ ଅଧୀକ୍ଷକ ସ୍ମିଥ୍‌ ପି.ପୁରୁଷୋତ୍ତମଦାସ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ ସାହୁ ଓ ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *