ଅକ୍ଟୋବର ୧୬ ଏବଂ ୧୭ ଦୁଇ ଦିନ ଧରି ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ ଚେସ ଟୁର୍ନାମେଣ୍ଟ ହେବ

ନୟାଗଡ :ନୟାଗଡ଼ ଜିଲ୍ଲା ଚେସ୍ ଆସୋସିଏସନ ଏବଂ କେ.ସି. କ୍ଲବ ନୟାଗଡ଼ର ମିଳିତ ଆନୁକୁଲ୍ୟରେ ଦୁଇ ଦିନିଆ ଆନ୍ତଃ ବିଦ୍ୟାଳୟ ଚେସ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ଏ ନେଇ ଆଜି ନୟାଗଡ଼ କେ.ସି. କ୍ଲବ ପରିସରସ୍ଥ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇ ବ୍ୟାପକ ସୂଚନା ପ୍ରଦାନ କରାଯାଇଛି । ଏଥିରେ ପ୍ରଥମ ଦଶ ଜଣକୁ ଟ୍ରଫି ସହ ସାର୍ଟିଫିକେଟ ପ୍ରଦାନ କରାଯିବ। ନୟାଗଡ଼ ଚେସ୍ ଆସୋସିଏସନର ସଭାପତି ଶ୍ରୀଧର ସାହୁ, ସମ୍ପାଦକ ରିତେଶ କୁମାର ରଥ, କେ.ସି. କ୍ଲବର ସଭାପତି ଭାଗିରଥ ଦାସ, ସମ୍ପାଦକ ସଂଗ୍ରାମ କେଶରୀ ଗୁମାନସିଂ ଓ ବରଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ସମ୍ପୂର୍ଣ୍ଣ ବିବରଣୀ ରଖୁଛନ୍ତି । ଆସନ୍ତା ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ଏହି ଆନ୍ତଃ ବିଦ୍ୟାଳୟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ । ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଭାଗ ନେଇ ପାରିବେ । ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ଜୁନିୟର ବିଭାଗ ରଖାଯାଇଥିବା ବେଳେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସିନିୟର ବିଭାଗ ରଖାଯାଇଛି । ଏଥି ନିମନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସମେତ ବ୍ଲକ ଶିକ୍ଷା ଅଧୂକାରୀ ଓ ପ୍ରଧାନ ଶିକ୍ଷକ ମାନଙ୍କୁ ଅବଗତ କରାଯିବ । ମୋଟ ୧୦ ଜଣଙ୍କୁ ପୁରସ୍କୃତ କରାଯିବ । ଯେଉଁମାନେ ଭଲ ଖେଳିବେ ସେମାନେ ରାଜ୍ୟ ସ୍ତରରେ |ଖେଳିବା ପାଇଁ ଅନୁଷ୍ଠାନ ପକ୍ଷରୁ ବନ୍ଦୋବସ୍ତ କରାଯିବ ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଚେସ ଆସୋସିଏସନର ଉପ ସଭାପତି ବାଲାରସେନ ପାତ୍ରଙ୍କ ସମେତ କୋଷାଧ୍ୟକ୍ଷ ତରୁଣ ଖାଁ ପ୍ରମୁଖ ଉପସ୍ଥିତ ଥିଲେ ।