ଖୋର୍ଦ୍ଧା ଜିଲ୍ଲା ଓୟୁଜେ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଖୋର୍ଦ୍ଧା: ଓଡ଼ିଶା ସାମ୍ବାଦିକ ୟୁନିୟନ (ଓୟୁଜେ) ରାଜ୍ୟ ସଭାପତି ପ୍ରସନ୍ନ ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସାମ୍ବାଦିକଙ୍କ ମୌଳିକ ଦାବି ଖୋର୍ଦ୍ଧା ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି। ସାମ୍ବାଦିକଙ୍କ ସୁରକ୍ଷା , ସମ୍ମାନ ଏବଂ ପେନସନକୁ ନେଇ ଆଜି ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ୍ ସଭାପତି ତପନ ନାୟକଙ୍କ ନେତୃତ୍ୱରେ ଦାବିପତ୍ର ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ କୁମାର ବେଉରାଙ୍କୁ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଓୟୁଜେ ରାଜ୍ୟ ସମ୍ପାଦକ ପ୍ରସନ୍ନ କୁମାର ପାଇକରାୟ ଯୋଗ ଦେଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ସାଧାରଣ ସମ୍ପାଦକ ଲୋହିତ ନାରାୟଣ ମହାପାତ୍ର, ଉପସଭାପତି ସୟଦ ଅନସର ଅଲ୍ଲୀ, ଚନ୍ଦନ କୁମାର ସୁନ୍ଦରାୟ, ଶୁଭଲକ୍ଷ୍ମୀ ସାମନ୍ତରା, ମହମ୍ମଦ ଫଜ୍ଲୁର୍ ରହମାନ ଏବଂ ସମସ୍ତ ସଭ୍ୟ ସଭ୍ୟା ପ୍ରମୁଖ ଉପସ୍ଥିତ ରହିଥିଲେ ।

Leave a Reply

Your email address will not be published. Required fields are marked *