ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ

ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, ତା: ୨୯/୦୭/୨୫

ଆଜି ସ୍ଥାନୀୟ କୃଷିଭବନ ଅଡିଟୋରିଅମଠାରେ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀସମ୍ପଦ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଗୋକୁଳନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମତ୍ସ୍ୟ ଅଧିକାରୀମାନଙ୍କର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ୩୦ ଗୋଟି ଜିଲ୍ଲାର ଜିଲ୍ଲା ମତ୍ସ୍ୟ ଅଧିକାରୀ ଯୋଗ ଦେଇଥିଲେ ।

ଏଥିରେ ମାନ୍ୟବର ମନ୍ତ୍ରୀ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ପ୍ରମୁଖ ଯୋଜନା ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା (MMKY) ଏବଂ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା (PMMSY) ଅଧୀନରେ କାର୍ଯ୍ୟକ୍ଷମ ସମସ୍ତ ଯୋଜନାର ଅଗ୍ରଗତି ଉପରେ ସମୀକ୍ଷା କରିଥିଲେ । ୨୦୨୫-୨୬ ଆର୍ଥିକ ବର୍ଷରେ ହିତାଧିକାରୀଙ୍କଠାରୁ ଦରଖାସ୍ତ ଗ୍ରହଣ କରି ତୁରନ୍ତ କାର୍ଯ୍ୟାଦେଶ (Go-Ahead) ପ୍ରଦାନ କରିବାକୁ ମାନ୍ୟବର ମନ୍ତ୍ରୀ ଜିଲ୍ଲା ମତ୍ସ୍ୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ କିସାନ କ୍ରେଡିଟ୍ କାର୍ଡ (KCC), ଭିତ୍ତିଭୂମି ବିକାଶ , ମାଛ ଚାଷୀଙ୍କ ପ୍ରଶିକ୍ଷଣ ଓ ଦକ୍ଷତା ବୃଦ୍ଧି ଉପରେ ସବିଶେଷ ସମୀକ୍ଷା କରିଥିଲେ ।

ରାଜ୍ୟରେ ଉନ୍ନତ ମାନର ଗୁଣାତ୍ମକ ଯାଆଁଳ ଉତ୍ପାଦନ ଓ ସଠିକ ସମୟରେ ମାଛ ଚାଷୀଙ୍କ ନିକଟରେ ଏହାର ଉପଲବ୍ଧତା ଉପରେ ମାନ୍ୟବର ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଜଳକୃଷି ବୀମା ନିମନ୍ତେ ଜାତୀୟ ମତ୍ସ୍ୟ ଡିଜିଟାଲ ପ୍ଲାଟଫର୍ମ (NFDP) ରେ ରେଜିଷ୍ଟ୍ରେସନ ଉପରେ ପ୍ରାଧାନ୍ୟ ଦେବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଥିଲା । ସରକାରୀ ମାଛ ଯାଆଁଳ ଉତ୍ପାଦନ କେନ୍ଦ୍ର ଗୁଡିକର ଭିତ୍ତିଭୂମି ବିକାଶ ଉପରେ ଧ୍ୟାନ ଦେବା ନିମନ୍ତେ ଅଗ୍ରାଧିକାର ଦିଆଯାଇଥିଲା ।
KCC ମାଧ୍ୟମରେ ମାଛ ଚାଷୀଙ୍କୁ ଋଣ ପ୍ରଦାନ ନିମନ୍ତେ ସମସ୍ତ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କୁ ଦରଖାସ୍ତ ସଂଗ୍ରହ କରି ବ୍ୟାଙ୍କ କୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଏହି ବୈଠକରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ , ମତ୍ସ୍ୟ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ମହମ୍ମଦ ସାଦିକ୍ ଆଲାମ୍, ଆପିକଲର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରାଂଶୁ ମିଶ୍ର, ଓ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଆଲୋକ କୁମାର ମହାନ୍ତି
ଲୋକସମ୍ପର୍କ ଅଧିକାରୀ

Leave a Reply

Your email address will not be published. Required fields are marked *