ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ-2023 ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ
ଜଗତସିଂହପୁର – ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଦ୍ଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ-2023 ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଜିଲ୍ଲାର ବହୁ ବରିଷ୍ଠ ଅଧିକାରୀ ମାନେ ଯୋଗଦେଇ ଚଳିତ କିପରି ସରସ ସୁନ୍ଦର ଭାବରେ ସ୍ବାଧୀନତା ଦିବସ ପାଳନ କରାଯିବ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା । ତେବେ ଦୁଇ ଦିନ ପୂର୍ବରୁ ପ୍ୟାରେଡ଼ ଅଭ୍ୟାସ, ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ସହିତ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ମାନଙ୍କରେ ବକ୍ତୁତା ପ୍ରତିଯୋଗିତା, ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା ଓ କୁଇଜ ପ୍ରତିଯୋଗିତା ସବୁ 10 ତାରିଖ ମଧ୍ୟରେ ଶେଷ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ରିପୋର୍ଟ – ରୀତା ସାହୁ,ଜଗତସିଂହପୁର ।