ଜିଲ୍ଲା ସ୍ତରୀୟ ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

ଜଗତସିଂହପୁର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ନୂଆ-ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ । ଯୋଗଦେଲେ କ୍ରୀଡା ମନ୍ତ୍ରୀ ଓ ଜିଲ୍ଲାର ସମସ୍ତ ବିଧାୟକଆଙ୍କର-ଆଜି ଜଗତସିଂହପୁର ଠାରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରରେ ଜଗତସିଂହପୁର ଜିଲାର ୬୪ ଟି ବିଭିନ୍ନ ମହାବିଦ୍ୟାଳୟର ୧୨ ହଜାରରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଯୋଗ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କ୍ରୀଡା ମନ୍ତ୍ରୀ ତୁଷାର କାନ୍ତି ବେହେରା, ସରକାରୀ ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି,ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ,ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ, ପାରାଦ୍ବୀପ ବିଧାୟକ ସମ୍ବିତ ରାଉତରାୟ,ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ସମେତ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ଉଦୀୟମାନ କୃତି ପ୍ରତିଭା ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହା ସହିତ ଭରପୁର ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ବେଶ ଉତ୍ସାହ ଓ ଜୋଶ ଭରି ଦେଇଥିବା କହିଛନ୍ତି ଛାତ୍ର ଛାତ୍ରୀ । ଏହି କାର୍ଯ୍ୟକ୍ରମ ମାଧ୍ୟମରେ କଲେଜ ପଢୁଆ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଥିବା ଲୁକାୟିତ ପ୍ରତିଭା ପ୍ରସପୁଟିତ କରିବା ଏହି ନୂଆ-ଓ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି କହିଛନ୍ତି ଅତିଥି ।

ଜଗତସିଂହପୁର ରୁ ରୀତା ସାହୁ reporter

Leave a Reply

Your email address will not be published. Required fields are marked *