ନୂତନ ରାସନ କାର୍ଡ଼ ପ୍ରସ୍ତୁତି ନିମନ୍ତେ ଇ-କେ.ୱାଇ.ସି ଯାଞ୍ଚ ନିହାତି ଜରୁରୀ

ପୁରୀ , ତା.୧୯.୦୪.୨୦୨୫:ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ନୂତନ ରାସନ କାର୍ଡ଼ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ବର୍ତ୍ତମାନ ନୂତନ ରାସନ କାର୍ଡ଼ ପ୍ରସ୍ତୁତ କରାଯାଉଛି । ଏହି ପରିପ୍ରେକ୍ଷୀରେ ନୂତନ ରାସନ କାର୍ଡ଼ ପ୍ରସ୍ତୁତି ନିମନ୍ତେ ପରିବାରର ସମସ୍ତ ସଦସ୍ୟଙ୍କ ଇ-କେ.ୱାଇ.ସି ଯାଞ୍ଚ ନିହାତି ଜରୁରୀ ଅଟେ । ଏଣୁ ଜିଲ୍ଲାର ସମସ୍ତ ଆବେଦନକାରୀ ନିଜ ବ୍ଲକ କିମ୍ବା ପୌରାଞ୍ଚଳରେ ଥିବା ଯୋଗାଣ ନିରୀକ୍ଷକଙ୍କ ସହ ଯୋଗାଯୋଗ କରି ଯଥାଶୀଘ୍ର ଇ-କେ.ୱାଇ.ସି ଯାଞ୍ଚ କରାଇ ନେବାକୁ ଜିଲ୍ଲା ଯୋଗାଣ ଅଧିକାରୀ ସୂଚନା ଦେଇଛନ୍ତି।