ରାୟଗଡ଼ା ଆଦର୍ଶ ସ୍ନାତକ ମହାବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଅମଳାଭଟ୍ଟା, ୧୨/୦୨- ରାୟଗଡା ବ୍ଲକ ଅନ୍ତର୍ଗତ ଅମଳାଭଟ୍ଟା ସ୍ଥିତ ରାୟଗଡାଜିଲ୍ଲାର ଆଦର୍ଶ ସ୍ନାତକ ମହାବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ଆଇନ ତଥା ହରିଜନ, ଜନଜାତି ଓ ପଛୁଆବର୍ଗ ବିଭାଗ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପୂର୍ବତନ ସାଂସଦ ତଥା ରାଜ୍ୟ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପଦେଷ୍ଟା ଶ୍ରୀ ପ୍ରଦୀପକୁମାର ମାଝୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ । ରାୟଗଡା ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।r । ରାୟଗଡା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସରସ୍ୱତୀ ମାଝୀ ଓ ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅନୁସୁୟା ମାଝୀ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିଲେ । ମହାବିଦ୍ୟାଳୟ ଛାତ୍ର ଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ଗାନ କରିଥିବା ବେଳେ ଅତିଥିମାନେ ଦୀପ ପ୍ରଜ୍ବଳନ କରି ଉତ୍ସଵର ଶୁଭାରମ୍ଭ କରିଥିଲେ । ମହାବିଦ୍ୟାଳୟର ଅଧ୍ୟାପିକା ଶ୍ରୀମତୀ ଶୋଭନା ତ୍ରୀପାଠୀ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହିତ କଲେଜର ବାର୍ଷିକ ବିବରଣୀ ପାଠ କରିଥିଲ ।ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ବିପ୍ର ନାରାୟଣ ମଲ୍ଲିକ ବାର୍ଷିକ ବିବରଣୀ ପ୍ରଦାନ କରିବା ସହ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଅତିଥିମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ମହାବିଦ୍ୟାଳୟର କୃତି ଛାତ୍ର ଛାତ୍ରୀ ଯେଉଁମାନେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ବିଭିନ୍ନ ବିଷୟରେ ଶ୍ରେଷ୍ଠ ଦଶଜଣଙ୍କ ମଧ୍ୟରେ ସ୍ଥାନ ଅଧିକାର କରିଥିଲେ ସେମାନଙ୍କୁ ମୁଖ୍ୟ ଅତିଥି ମାନ୍ୟବର ମନ୍ତ୍ରୀ ଶ୍ରୀ ସାରକା ପ୍ରମାଣ ପତ୍ର ଓ ପୁରସ୍କାର ବିତରଣ କରିଥିଲେ । ଅଧ୍ୟାପକ ଏମ କଲ୍ୟାଣ କୁମାର ସଂଯୋଜନା କରିବା ସହ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଛାତ୍ର ଛାତ୍ରୀମାନଙ୍କ ଦ୍ଵାରା ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।
ରିପୋର୍ଟ- ନୀଳାମ୍ବର ମିଶ୍ର, ରାୟଗଡ଼ା।