ପରଲୋକରେ ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ

ଭୁବନେଶ୍ୱର : ଜଗତସିଂହପୁରର ପୂର୍ବତନ ସାଂସଦ ତଥା ରାଜ୍ୟ ଅର୍ଥ କମିଶନର ପୂର୍ବତନ ଅଧ୍ୟକ୍ଷ ତ୍ରିଲୋଚନ କାନୁନଗୋଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି ।

ଅସୁସ୍ଥତା କାରଣରୁ ଗତ ୩୦ ତାରିଖରୁ ସେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ଶୁକ୍ରବାର ସକାଳ ୭ଟାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ୮୩ ବର୍ଷ ବୟସରେ ସେ ପ୍ରାଣ ହରାଇଛନ୍ତି । ତାଙ୍କର ରାଜନୀତି କ୍ୟାରିୟରରେ ସେ ୩ ଥର ବିଧାୟକ ଏବଂ ଥରେ ସାଂସଦ ଭାବରେ ନିର୍ବାଚିତ ହୋଇଥିଲେ । ତ୍ରିଲୋଚନ କାନୁନଗୋ ୧୯୭୧, ୧୯୭୪ ଓ ୧୯୮୫ ମସିହାରେ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୯ରେ ସେ ବିଜେଡି ଟିକେଟରେ ଜଗତସିଂହପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ।

Leave a Reply

Your email address will not be published. Required fields are marked *