ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କର ମରାମତି ସହ ସିଂହଦ୍ୱାରର ହେବ ରୁପା ଛାଉଣୀ

ପୁରୀ : ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କର ମରାମତି କରାଯିବା ସହ ସିଂହଦ୍ୱାର ରୁପା ଛାଉଣୀ କରାଯିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଏହି ସୂଚନା ଦେଇଛନ୍ତି। ଉଭୟ କାର୍ଯ୍ୟ ରଥଯାତ୍ରା ଅବଧି ମଧ୍ୟରେ ସରିବ । ସିଂହଦ୍ୱାର ରୁପା ଛାଉଣୀ ପାଇଁ ଦାତାମାନେ ରୁପା ଦାନ କରିବେ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।

ଶ୍ରୀମନ୍ଦିରର ବିଭିନ୍ନ ଦ୍ବାର ରୁପା ଚାଦରରେ ଆଚ୍ଛାଦିତ କରାଯାଇଥିବା ବେଳେ ମହାପ୍ରଭୁଙ୍କ ଭଙ୍ଗା ଗଜଦନ୍ତ ପଲଙ୍କର ମରାମତି ସହ ନୂଆ ଶେଯ, ତକିଆ ଆଦି ବ୍ୟବସ୍ଥା କରିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ, ସେବାୟତମାନେ ଦାବି କରି ଆସୁଥିଲେ।

Leave a Reply

Your email address will not be published. Required fields are marked *