ଉତ୍କଳ ଦିବସରେ ବରପୂତ୍ରଙ୍କୁ ମନେ ପକାଇଲେ ଅତିଥି

ଢେଙ୍କାନାଳ- ଉତ୍କଳ ଦିବସ ଓଡିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ । ଏହି ଦିନରେ ହିଁ ଓଡିଶା ପାଇଥିଲା ନିଜର ଏକ ସ୍ୱତନ୍ତ୍ର ପରିଚୟ।ଏହି ପରିପ୍ରେକ୍ଷୀରେ କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ ତରଫରୁ ଉତ୍କଳ ଦିବସ ପାଳନ କରାଯାଇଥିଲା। ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଥମେ ସାରଙ୍ଗଧର ଦାସଙ୍କ ପ୍ରତିମୂର୍ତ୍ତି ଓ ପରେ ଗୋପବନ୍ଧୁ ଦାସ,ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସ୍କୁଲ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ତରଫରୁ ସହର ପରିକ୍ରମା କରାଯାଇଥିଲା।ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ନିଜ ଅଭିଭାଷଣରେ କହିଛନ୍ତି ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବରେଣ୍ୟଙ୍କୁ ଆଜି ମନେ ପକାଉଛି ସାରା ରାଜ୍ୟ। ଉତ୍କଳମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦେବ, ହରେକୃଷ୍ଣ ମହତାବ, ବ୍ୟାସକବି ଫକୀରମୋହନ ସେନାପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଂଜଦେଓ, ପଣ୍ଡିତ ନୀଳକଣ୍ଠ ଦାସ, କବିବର ରାଧାନାଥ ରାୟ,ସ୍ୱଭାବ କବି ଗଂଗାଧର ମେହେର ଓ କର୍ମବୀର ଗୌରୀଶଙ୍କର ରାୟଙ୍କ ଉତ୍କଳ ଦିବସ ଗଠନରେ ଅବଦାନ ଅବିସ୍ମରଣୀୟ।ଚଳିତ ବର୍ଷ ୮୮ ବର୍ଷରେ ପାଦ ଦେଲା ଓଡ଼ିଶା । ଏହି ଦିନକୁ ନେଇ ସାରା ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ଗର୍ବର ସହ ଉତ୍କଳ ଦିବସ ପାଳ କରନ୍ତି ପ୍ରତିଟି ଓଡ଼ିଆ ।ସମସ୍ତେ ନିଜକୁ ଓଡ଼ିଆ ଭାବେ ଗର୍ବ ଅନୁଭବ କରିବା ଉଚିତ । ଅପ୍ରେଲ ୧ ରେ ହିଁ ଓଡିଶା ପାଇଥିଲା ନିଜର ସ୍ୱତନ୍ତ୍ର ପରିଚୟ । ପୂର୍ବରୁ ବିହାରର ଏକ ଅଂଶ ହୋଇ ରହିଥିବା ବେଳେ ୧୯୩୬ ମସିହା ଅପ୍ରେଲ ୧ ରେ ନୂତନ ପ୍ରଦେଶ ଭାବରେ ପ୍ରତିଷ୍ଠା ହୋଇଥିଲା ଓଡିଶା । ତେବେ ସେହି ସମୟରେ ରାଜ୍ୟର ନାମ ରହିଥିଲା ଉତ୍କଳ । ତେଣୁ ଏହାକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଏ। ସମ୍ମାନୀତ ଅତିଥି ଭାବେ ବ୍ଲକ ଅଧକ୍ଷ ପ୍ରେମାନନ୍ଦ ସାହୁ,ଅତିରିକ୍ତ ତହସିଲଦାର ଝସକେତନ ନାୟକ,ଏନଏସି ନିର୍ବାହୀ ଅଧିକାରୀ ଯତୀନ୍ଦ୍ର ମିଶ୍ର ପ୍ରମୂଖ ଯୋଗଦେଇଥିଲେ।ଶେଷରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରକାରର ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

Leave a Reply

Your email address will not be published. Required fields are marked *