ଗଁଦିଆ ବ୍ଳକ ସ୍ତରୀୟ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ

ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଗଁଦିଆ ବ୍ଳକ ର ପୋରୁହଖୋଜ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବ୍ଳକ ସ୍ତରୀୟ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ଗଁଦିଆ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାତ କୁମାର ନାୟକ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଓ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ନିରଞ୍ଜନ ପ୍ରଧାନ , ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ସତେନ୍ଦ୍ର କୁମାର ସାହୁ ଓ ସୁବାଷ ଚନ୍ଦ୍ର ସ୍ୱାଇଁ ଙ୍କ ମିଳିତ ଉଦ୍ୟମରେ ଡିସେମ୍ବର ମାସ ତିନି ତାରିଖ ରବିବାର ଦିନ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମ ରେ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଏକ ସଚେତନତା ରାଲି ପରିକ୍ରମା କରିଥିଲା।
ଅପରାହ୍ନ ରେ ସଭା କାର୍ଯ୍ୟ କ୍ରମ ର ଆୟୋଜନ କରାଯାଇଥିଲାବେଳେ। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିଦ୍ୟାଧର ପରିଡ଼ା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଗଁଦିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ରିନା ରାଣୀ ଖଟୁଆ ଓ ବିଶିଷ୍ଟ ଅତିଥି ଭାବେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ସତେନ୍ଦ୍ର କୁମାର ସାହୁ, ସୁବାସ ଚନ୍ଦ୍ର ସ୍ୱାଇଁ, ସମିତି ସଭ୍ୟ ବଳରାମ ପରିଡ଼ା, ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକୃତି ବନ୍ଧୁ ହରିହର ସାହୁ, ଦିବ୍ୟାଙ୍ଗ ଶିକ୍ଷକ ସ୍ମୃତି ରଞ୍ଜନ ପରିଡ଼ା ଉପସ୍ଥିତ ହୋଇ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ମାନଙ୍କୁ ସହଯୋଗ କରି ମୁଖ୍ୟ ସ୍ରୋତରେ ସାମିଲ୍ କରିବା ପାଇଁ ଅନୁରୋଧ କରିଥିଲେ। ବି ଆର୍ ଟି ବିଜୟ କୁମାର ସ୍ୱାଇଁ, ପ୍ରକାଶ ଚନ୍ଦ୍ର ରାଉତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପୃଥୀରାଜ ନାୟକ, ବିନୋଦ ଦେହୁରୀ, ବିଶ୍ଵ ନାଥ ମାଝୀ,ଅଭୟ ନାୟକ, ସଂଗ୍ରାମ ଚାନ୍ଦ, ବିଜୟ ବାନରା ଓ ସମସ୍ତ ଆଇ ଭଲାଣ୍ଟିୟର ସହଯୋଗ କରିଥିଲେ।
ଟ୍ରାଏ ସାଇକଲ, ହୁଇଲ ଚେୟାର, ସିପିଚେୟାର ଓ ଶିକ୍ଷଣ କିଟ୍ ବଣ୍ଟନ କରାଯାଇଥିଲା। ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳିଗଲା।
