ଜଗତସିଂହପୁର ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ

Date-21/06/25*ଜଗତସିଂହପୁର ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ- ଜଗତସିଂହପୁର ସ୍ଥିତ ସ୍ଥାନୀୟ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି । ଏହି ଅବସରରେ ଆୟୋଜିତ ଯୋଗ ଶିବିରରେ ଜଗତସିଂହପୁର ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ଜିଲ୍ଲାପାଳ ଜେ ସୋନାଲ, ଯୋଗ ଗୁରୁ ବିଶ୍ୱନାଥ ସିଂ, ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳଙ୍କ ସହିତ ବୁଦ୍ଧିଜୀବୀ, ସ୍କୁଲ କଲେଜର ଛାତ୍ରଛାତ୍ରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି ମାନେ ଯୋଗ ଦେଇ ଏହି ଯୋଗ ଶିବିରରେ ଅଂଶ ଗ୍ରହଣ କରିଥିଲେ । ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ନିୟମିତ କରିବା ଆବଶ୍ୟକତା ରହିଛି । ଯୋଗ କରିବା ଦ୍ୱାରା ଶରୀର ସୁସ୍ଥ ନିରୋଗ ରହିବା ସହିତ ଓ ମନକୁ ଏକାଗ୍ରତା ରଖିପାରେ ବୋଲି ଅତିଥି ମତବ୍ୟକ୍ତ କରିଥିଲେ ।

Leave a Reply

Your email address will not be published. Required fields are marked *