ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ରାୟଗଡ଼ା-୨୧/୬-ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀଙ୍କ ପୌରହିତ୍ୟରେ ଏବଂ ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟଙ୍କ ତତ୍ୱାବଧାନରେ ଶନିବାର ଦିନ ସକାଳ ଘ.୭.୩୦ମି ରେ ସ୍ଥାନୀୟ ରାୟଗଡା ସିଭିଲ କୋଟ୍ ପରିସରରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ଅତିରିକ୍ତ ଜିଲ୍ଲା ଦୌରା ଜଜ୍(ପୋକ୍ସ) ଶ୍ରୀମତି ସ୍ୱେତା ମିଶ୍ର, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ଅପର୍ଣ୍ଣା ମହାପାତ୍ର, ମହିଳା କୋର୍ଟର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ରେଜିଷ୍ଟ୍ରାର ଶ୍ରୀ ରାଣା ଘୋଷ ,ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ରାୟଗଡା ବାର ଆସୋସିଏସନର ସମସ୍ତ ଆଇନଜିବୀ, ରାୟଗଡା ଜିଲ୍ଲା ଅଦାଲତର ସମସ୍ତ କର୍ମଚାରୀ ପ୍ରମୁଖ ଯୋଗଦେଇଥିଲେ I ସେହିପରି ରାୟଗଡା ଜିଲ୍ଲାର ସେଞ୍ଚୁରିଆନ ପବ୍ଲିକ ସ୍କୁଲ, ରାୟଗଡା ଉପକାରାଗାର ଓ ମାତୃଶକ୍ତି ବରିଷ୍ଠ ନାଗରିକ ଗୃହ, ରାୟଗଡା ପରିସରରେ ମଧ୍ୟ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହେବା ସହିତ ଏକ ଆଇନ ସଚେତନତା ଶିବିର ମଧ୍ୟ ଅନୁଷ୍ଠିତ ହେଇଯାଇଛି I ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନର ଉଦ୍ଦେଶ୍ୟ, ଆଭିମୁଖ୍ୟ ଏବଂ NALSA ର ବିଭିନ୍ନ ଯୋଜନା ଉପରେ ଉପସ୍ଥିତ ଥିବା ଅଂଶଗ୍ରହଣକାରୀମାନଙ୍କୁ ବିସୃତ ଭାବରେ ସଚେତନ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସମସ୍ତ ଅଂଶଗ୍ରହଣକାରୀ ଓ ମାନ୍ୟବର ଅତିଥିମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

ରାୟଗଡ଼ାରୁ ନୃସିଂହ ଚରଣ ବାରିକଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *