ଜଗନ୍ନାଥଙ୍କ ବିବାହ ଉତ୍ସବ

ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଯାହାକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି କୁହାଯାଏ।ବିଶେଷ ନୀତି ଥିବାରୁ ଆଜି ଅପରାହ୍ନ 1ଟାରୁ 5ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ କୁହାଯାଇଛି। ଆଜିର ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ । । ସେଥିପାଇଁ ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ରୁକ୍ମିଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ । ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ ।ଶିଶୁପାଳ ରୁକ୍ମିଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିଲେ । ତେଣୁ ଏହି ପରମ୍ପରା ମୁତାବକ ଶ୍ରୀମନ୍ଦିରରେ ବିଧି ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ । ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ । ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ଅନୁଷ୍ଠିତ।

Leave a Reply

Your email address will not be published. Required fields are marked *