ଜଗତସିଂହପୁର ନିର୍ବାଚନ ମଣ୍ଡଳୀର ଜୋନ ସ୍ତରୀୟ ବିଜେଡି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଜଗତସିଂହପୁର ଜିଲ୍ଲା ଜଗତସିଂହପୁର ନିର୍ବାଚନ ମଣ୍ଡଳୀର ଜୋନ ସ୍ତରୀୟ ବିଜେଡି ପ୍ରଶିକ୍ଷଣ ଶିବିର ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି ପ୍ରଶିକ୍ଷଣ ଶିବିରର ଉଦ୍ଘାଟନୀ ଦିବସରେ ଜଗତସିଂହପୁର ବ୍ଲକର ଦୁଇଟି ଜୋନର ବରିଷ୍ଠ ବିଜେଡି ନେତା ଓ କର୍ମୀମାନେ ଯୋଗ ଦେଇଥିଲେ ।ଏହି ଶିବିରରେ ଜଗତସିଂହପୁର ଜିଲ୍ଲାର ବିଜେଡି ପର୍ଯ୍ୟବେକ୍ଷକ ତଥା ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ, ଜଗତସିଂହପୁର ବିଧାୟକ ତଥା ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି,ଜିଲ୍ଲା ପରିଷଦ ସଭାପତି ମନୋଜ କୁମାର ଭୋଇ ପ୍ରମୁଖ ଯୋଗ ଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡିକ ବାବଦରେ ଲୋକମାନଙ୍କୁ ସଚେତନ କରାଇବା ସହିତ ଆଗାମୀ ସାଧାରଣ ନିର୍ବାଚନ ପାଇଁ ବୁଥ ସ୍ତ୍ରରରେ କିଭଳି ଦଳ ମଜବୁତ ହେବା ସହିତ ପ୍ରସ୍ତୁତ ରହିବ ସେ ବାବଦରେ ପ୍ରଶିକ୍ଷଣ ଦିଆଯିବ ବୋଲି କହିଥିଲେ ବିଧାୟକ ।
ଜଗତସିଂହପୁର ରୁ Rita ସାହୁ reporter