ବିଜୁ ପଟ୍ଟନାୟକ ଡିଗ୍ରୀ କଲେଜରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ର ଶୁଭାରମ୍ଭ

ଜଗତସିଂହପୁର ଜିଲ୍ଲା ସହର ବ୍ଳକ ଅନ୍ତର୍ଗତ ପୁରୁଣା ଗଡ଼ ସ୍ଥିତ ବିଜୁ ପଟ୍ଟନାୟକ ଡିଗ୍ରୀ କଲେଜରେ “ଯୁବ ଓଡ଼ିଶା ନବୀନ ଓଡ଼ିଶା’ ର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାଶ ଙ୍କ ସଭାପତିତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମରେ ରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ବ୍ଳକ ଅଧ୍ୟକ୍ଷା କନକପ୍ରଭା ଲେଙ୍କା, ଉପାଧ୍ୟକ୍ଷ ରାତିରଞ୍ଜନ ବେହେରା, ଯୁବ ବିଜେଡି ସଭାପତି ସମ୍ବିତ ଲେଙ୍କା, ସ୍ଥାନୀୟ ସରପଞ୍ଚ ଲିପକ ସାହୁ , ପରିଚାଳନା କମିଟିର ସଭାପତି ରମେଶ ଚନ୍ଦ୍ର ବେହେରା ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ମାନେ ଯୋଗ ଦେଇ ତିନୋଟି ଗ୍ରାମରେ ସଫେଇ କାର୍ଯ୍ୟକ୍ରମ କରିଥିଲେ ।

ଏହି ସ୍ୱଚ୍ଛତା ପରିବେଶ ସୃଷ୍ଟି କରିବା ପାଇଁ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ରେ ଦୁଇ ଶହ ରୁ ଉର୍ଦ୍ଧ୍ବ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ସାମିଲ ହୋଇ କାର୍ଯ୍ୟକ୍ରମ କୁ ସଫଳ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟ କର୍ମଚାରୀ ମାନେ ସହଯୋଗ କରିଥିଲେ ।

ଜଗତସିଂହପୁର ରୁ Rita ସାହୁ reporter

Leave a Reply

Your email address will not be published. Required fields are marked *