ବିଜୁ ମହିଳା ଜନତାଦଳ ପକ୍ଷରୁ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଜଗତସିଂହପୁର ଜିଲ୍ଲା ବିଜୁ ମହିଳା ଜନତା ଦଳ ପକ୍ଷରୁ ସ୍ଥାନୀୟ ଶାରଦା ମଣ୍ଡପ ଠାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସବିତା ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ମହିଳା କାର୍ଯ୍ୟକାରିଣୀ ବୈଠକରେ ଅତାବିରା ବିଧାୟିକା ତଥା ରାଜ୍ୟ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ,ଜଗତସିଂହପୁର ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ,ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ,ସରକାରୀ ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି,ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ ପ୍ରମୁଖ ଯୋଗ ଦେଇ ନବୀନ ସରକାରରେ ମହିଳାମାନଙ୍କ ପାଇଁ ବିଭିନ୍ନ ଯୋଜନା ବାବଦରେ ଆଲୋକପାତ କରିବା ସହିତ ଆଗାମୀ ୨୦୨୪ ସାଧାରଣ ନିର୍ବାଚନରେ ମହିଳା ବିଜୁ ଜନତା ଦଳର ଭୂମିକା ବାବଦରେ ଦିଗଦର୍ଶନ ଦେଇଥିଲେ ।ବିଜୁ ଜନତା ଦଳ ପକ୍ଷରୁ ମା ମାନଙ୍କ ପାଇଁ ବିଭିନ୍ନ ଯୋଜନା କରାଯାଇଥିବା ବେଳେ ମହିଳାମାନଙ୍କୁ ସମାଜରେ ମୁଖ୍ୟ ସୋତ୍ରରେ ସାମିଲ କରି ପରିବାର ଓ ସମାଜର ଉନ୍ନତି ପାଇଁ ସରକାର ପ୍ରତିଶ୍ରୁତିବଧ ବୋଲି କହିଛନ୍ତି ରାଜ୍ୟ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ।
ଜଗତସିଂହପୁର ରୁ ରୀତା ସାହୁ

Leave a Reply

Your email address will not be published. Required fields are marked *