ପ୍ରବାସୀ ଭାରତୀୟ ଙ୍କୁ ସ୍ବାଗତ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ

ପୁରୀ ୨୧/୧୨ ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଓଡିଶା ଆୟୋଜନ କରୁଛି ପ୍ରବାସୀ ଭାରତୀୟ ଦିବସ।ଭୁବନେଶ୍ୱର ରେ ଏହା ଆୟୋଜିତ ହେଉଥିଲେ ମଧ୍ୟ ସଂଖ୍ୟାଧିକ ପ୍ରବାସୀ ଭାରତୀୟ ମାନଙ୍କ ପାଇଁ ପୁରୀ ଆକର୍ଷଣର କେନ୍ଦ୍ର ହେବାକୁ ଯାଉଛି।ସେଥିପାଇଁ ସେମାନ ଙ୍କୁ ସ୍ବାଗତ ସହ ଏକ ସୁଖଦ ଅନୁଭୂତି ପ୍ରଦାନ ପାଇଁ ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛି। ଆଜି ଅପରାହ୍ନ ରେ ବିଭିନ୍ନ କାର୍ଯ୍ୟ ର ସମୀକ୍ଷା ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କରିଥିଲେ। ସର୍କିଟ ହାଉସ ଠାରେ ଜିଲ୍ଲାପାଳ ଶ୍ରୀ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।ଆସୁଥିବା ପ୍ରବାସୀ ଭାରତୀୟ ଅତିଥି ମାନଙ୍କୁ ସ୍ବାଗତ,ସ୍ବଛନ୍ଦ ରହଣୀ ସହ ସେମାନ ଙ୍କୁ ବିଭିନ୍ନ ପର୍ଯ୍ୟଟନ ସ୍ଥଳ ପରିଭ୍ରମଣ ର ବ୍ୟବସ୍ଥା କରାଯାଇଛି।ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହ କୋଣାର୍କ ସୂର୍ଯ୍ୟ ମନ୍ଦିର, ରାମଚଣ୍ଡୀ, ଚନ୍ଦ୍ରଭାଗା, ରଘୁରାଜପୁର ଓ ସାତପଡ଼ା ପ୍ରଭୃତି ଅଞ୍ଚଳ କୁ ସେମାନେ ପରିଦର୍ଶନ କରିବେ।ସେମାନ ଙ୍କ ଭ୍ରମଣ ସମୟରେ ଶୃଙ୍ଖଳା ରକ୍ଷା, ଟ୍ରାଫିକ ବ୍ୟବସ୍ଥା, ପାର୍କିଂ ବ୍ୟବସ୍ଥା, ଶୌଚାଳୟ ବ୍ୟବସ୍ଥା, ସ୍ବଛତା ଇତ୍ୟାଦି ବ୍ୟବସ୍ଥା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଯେଉଁ ଦାୟିତ୍ୱ ଦିଆଯାଇଥିଲା ତାହାର ଅଗ୍ରଗତି ସମ୍ପର୍କରେ ଜିଲ୍ଲାପାଳ ଶ୍ରୀ ସ୍ବାଇଁ ଓ ଏସ ପି ବିନୀତ ଅଗ୍ରୱାଲ ସମୀକ୍ଷା କରିଥିଲେ।ପ୍ରବାସୀ ଭାରତୀୟ ମାନଙ୍କ ସହଯୋଗ ପାଇଁ ଓଟିଡିସି ପକ୍ଷରୁ ସହାୟତା କେନ୍ଦ୍ର ସହ ନିୟନ୍ତ୍ରଣ କକ୍ଷ ବ୍ୟବସ୍ଥା, ଆମ୍ବୁଲାନ୍ସ ବ୍ୟବସ୍ଥା, ଆମ୍ବୁଲାନ୍ସ ବ୍ୟବସ୍ଥା ଇତ୍ୟାଦି କରାଯାଉଛି।କାର୍ଯ୍ୟ ଅଗ୍ରଗତି ସନ୍ତୋଷଜନକ ଓ ପ୍ରଶାସନ ପ୍ରବାସୀ ଭାରତୀୟ ଙ୍କ ସୁବିଧା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନୀଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ଅତିରିକ୍ତ ଏସ ପି ବିଷ୍ଣୁ ପ୍ରସାଦ ପତି, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ରଶ୍ମିରଞ୍ଜନ ସାହୁ, ଅତିରିକ୍ତ ଉପ ଜିଲ୍ଲାପାଳ ନିଳମାଧବ ମାଝୀ, ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜ କାନ୍ତ ପ୍ରଧାନ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ ସେଠୀ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇ ସମୀକ୍ଷା ବୈଠକରେ ଅଂଶଗ୍ରହଣ କରିଥିଲେ।

Leave a Reply

Your email address will not be published. Required fields are marked *