ଆସନ୍ତା ଜାନୁୟାରୀ ୨ରୁ ଜୀ-ସାର୍ଥକର ନୂଆ ମେଗା ଧାରାବାହିକ ‘ତୁ ଖରା ମୁଁ ଛାଇ’

ଲୋକପ୍ରିୟ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକରେ ନୂଆବର୍ଷ ଅବସରରେ ମନୋରଞ୍ଜନର ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି ଆଉ ଏକ ମେଗା ଧାରାବାହିକ ‘ତୁ ଖରା ମୁଁ ଛାଇ’ ।

ଓଡ଼ିଆ ଘରର କାହାଣୀକୁ ନେଇ ପ୍ରସାରିତ ହେବାକୁ ଯାଉଥିବା ଏହି ଧାରାବାହିକଟି ମାନିନୀର କାହାଣୀକୁ ନେଇ ପ୍ରସ୍ତୁତ ହୋଇଛି। ମାନିନୀ ଏମିତି ଏକ ଚରିତ୍ର ଯୁଆଡେ ଯାଏ କିଛି ନା କିଛି ବିଗାଡି ଦିଏ, ନାୟକ ଅଭିମନ୍ୟୁଙ୍କୁ କିନ୍ତୁ ସବୁକିଛି ପରଫେକ୍ଟ ଦରକାର l କାହାଣୀର ଏମିତି ଦୁଇ ଚରିତ୍ର, ଜଣେ ପରଫେକ୍ଟସନିଷ୍ଟ ଆଉ ଜଣେ ଖାମଖିଆଲି l ଏମାନଙ୍କ ଯୋଡି ବନିବ ତ ! ଯଦି ଦୁଇ ଜଣଙ୍କ ସମ୍ପର୍କ ଯୋଡି ହୋଇ ବିବାହ ହୁଏ ତେବେ କେତେଦୂର ଚିରସ୍ଥାୟୀ ହେବ ? ମାନିନୀ ଅତି କମ୍ ବୟସର ଶାଶୁ ହୋଇ କେମିତି ତିନିଟି ବୋହୂଙ୍କ ନେଇ ପରିବାର ସମ୍ଭାଳିବ ? ଏହାକୁ ନେଇ “ତୁ ଖରା ମୁଁ ଛାଇ” କାହାଣୀ ଗତିଶୀଳ l ଓଡ଼ିଆ ଧାରାବାହିକ ଇତିହାସରେ ପ୍ରଥମ ଥର ପାଇଁ ଏପରି ଏକ ନିଆରା କାହାଣୀକୁ ନେଇ ନିର୍ମିତ ଏହି ଧାରାବାହିକଟି ଦର୍ଶକଙ୍କୁ ବାନ୍ଧି ରଖିବାରେ ସଫଳ ହେବ ବୋଲି ଜ଼ୀ ସାର୍ଥକ ପକ୍ଷରୁ କୁହାଯାଇଛି।
ମୁଖ୍ୟ ଚରିତ୍ର ମାନିନୀ ଭୂମିକାରେ ସ୍ମୃତି ଓ ଅଭିମନ୍ୟୁ ଜୟ ଶଙ୍କର ଭୂମିକା ରେ ରଞ୍ଜନ ପଣ୍ଡା ଅଭିନୟ କରୁଥିବା ଏହି ଧାରାବାହିକଟି ଆସନ୍ତା ଜାନୁଆରୀ ୨ ରୁ ସୋମବାରରୁ ଶନିବାର ରାତି ୮:୩୦ ରେ ପ୍ରସାରିତ ହେବ।

Leave a Reply

Your email address will not be published. Required fields are marked *