NEWS

ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ସୁଶାସନ, ନୀତି ଆଦର୍ଶ ଓ ଜନକଲ୍ୟାଣକାରୀ ଯୋଜନାରେ ଅନୁପ୍ରାଣିତ ହୋଇ ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ମୁଖ୍ୟାଳୟ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମାଙ୍କ ନେତୃତ୍ୱରେ ଆସ୍ଥା ପ୍ରକଟ କରି ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବଜ୍ରକୋଟ ପଞ୍ଚାୟତ ବାଉରୀ ପଲ୍ଲୀ ପୁରୁଣା ସାହି ଏବଂ ବାଘମରା ଗ୍ରାମର ଗ୍ରାମବାସୀ ବୃନ୍ଦ ଆଜି ଭାରତୀୟ ଜନତା ପାର୍ଟି ପରିତ୍ୟାଗ କରି ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ କୃଷ୍ଣପ୍ରସାଦ ବ୍ଲକ ବିଜୁ ଜନତା ଦଳ ସଭାପତି ସଭାପତି ଲକ୍ଷ୍ମୀଧର ସାହୁ ଉପସ୍ଥିତ ଥିଲେ।